ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏକ ବିରାଟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଥିଲା। ଏହି ମିଶ୍ରଣ ପର୍ବରେ ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ଅଞ୍ଜନ କୁମାର ବେଜ ଓ ସମାଜସେବୀ ତଥା ଶିଳ୍ପପତି ମୃତ୍ୟୁଞ୍ଜୟ ସାହୁ, ଯୁବନେତା ଅକ୍ଷୟ ବେହେରା ଏବଂ ସମାଜସେବୀ ଦେବରାଜ କାରୁଆଙ୍କ ସହ ଶତାଧିକ ବିଜେଡି କର୍ମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଭାଜପାରେ ସାମିଲ ହୋଇଥିଲେ। ହେଲେ ମିଶ୍ରଣ ପର୍ବ ଶେଷ ହେବାର ପ୍ରାୟ ୧୦ ମିନିଟ ପରେ ଅସନ୍ତୁଷ୍ଟ ବିଜେଡି ନେତା ଓ କର୍ମୀ ମାନେ ପୁଣି ଥରେ ବିଜେଡିକୁ ଫେରିଛନ୍ତି। ଏକ ମିଶ୍ରଣ ସଭାରେ ବିଜେଡି ଟୋପି ଓ ଉତ୍ତରୀୟ ପିନ୍ଧିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।

ପ୍ରକାଶ ଯୋଗ୍ୟ, ଭାଜପାର ମିଶ୍ରଣ ପର୍ବରେ ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ଶୁକଦେବ ମହାନ୍ତ, ଜିଲ୍ଲା ଉପସଭାପତି ଗୋପୀନାଥ ରାମ, ଗଣେଶ୍ୱର ମହାନ୍ତ, କେନ୍ଦୁଝର ନଗର ସଭାପତି ବିଶ୍ୱଜିତ ତ୍ରିପାଠୀ,ଓବିଶି ମୋର୍ଚ୍ଚା ଜିଲ୍ଲା ସଭାପତି ଲକ୍ଷ୍ମଣ ରାଉତ ତଥା ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। କେନ୍ଦ୍ର ମନ୍ତ୍ରୀ ଏବଂ ସଦର ବିଧାୟକ ପ୍ରାର୍ଥୀ ମୋହନ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସେମାନଙ୍କୁ ସାଗତ କରିଥିଲେ । ରାମ ସେତୁର ଗୁଣ୍ଡୁଚି ପରି ଦଳର ସେବା କରି ଶୁଆକାଟି ଖଣି ଅଞ୍ଚଳ ତଥା କେନ୍ଦୁଝର ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରିବେ ବୋଲି ଅଞ୍ଜନ ବେଜ କହିଥିଲେ। ତେବେ ନିଜର ଭୁଲକୁ ବୁଝି ନେତା ଓ କର୍ମୀମାନେ ପୁଣି ଦଳକୁ ଫେରିଛନ୍ତି । ସାମାଜିକ ମିଡ଼ିଆରେ ସେମାନଙ୍କ ମିଶ୍ରଣର ଫଟୋ ଭାଇରାଲ ହୋଇଛି। କେତେ ଜଣ ଫେରିଛନ୍ତି ସଠିକ ଜଣା ପଡ଼ି ନ ଥିଲେ ହେଁ ଏଭଳି ଘଟଣା ରାଜନୀତିରେ ସମ୍ଭବ ବୋଲି ଚର୍ଚ୍ଚା ହେଉଛି। ବିଜେଡି ରାଜ୍ୟ ଯୁବ ନେତା ସୌମ୍ୟ ଶଙ୍କର ଚକ୍ରଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇଥିବା ବିଜେଡି ର ନେତା ମାନେ କହିଛନ୍ତି। ମୋବାଇଲ ସୁଇଚ ଅଫ୍ ଥିବାରୁ ଅଞ୍ଜନ ଙ୍କ ମତାମତ ନିଆ ଯାଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri