ବସ୍‌ ମାଲିକ ସଂଘର ବଡ଼ ଘୋଷଣା, କାଲିଠୁ ଗଡିବ ବସ୍‌

ଭୁବନେଶ୍ୱର,୧୧।୭: ରାଜ୍ୟ ଘରୋଇ ବସ ମାଲିକ ସଂଘର ବଡ଼ ଘୋଷଣା। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ। ଘରୋଇ ବସ୍ ସେବା ଆସନ୍ତାକାଲିଠୁ ପୁଣି ସ୍ବଭାବିକ ହେବ । ପୁରୀରେ ଚାଲିଥିବା ଘରୋଇ ବସ୍ ମାଲିକ ସଂଘରେ ବସ୍ ଚାଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛି ଘରୋଇ ବସ୍ ମାଲିକ ସଂଘ ।

ଡ୍ରାଇଭର ସଂଘର ଆନ୍ଦୋଳନ ଜାରି ରହିଥିବା ବେଳେ ବସ୍‌କୁ ସୁରକ୍ଷା ଯୋଗାଇବେ ରାଜ୍ୟ ସରକାର । ଏନେଇ ଘରୋଇ ବସ୍ ମାଲିକ ସଂଘର ସଭାପତି ଲୋକନାଥ ପାଣି ଓ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ରାଜ୍ୟର ୭୦ଟି ବସ୍‌ ମାଲିକ ସଂଘ ନିଷ୍ପତ୍ତି ମାନିବେ । ସରକାରଙ୍କ ଆଲୋଚନା ସଫଳ ହୋଇଥିବା କୁହାଯାଉଛି । ହେଲେ ସରକାର ଲେଖିକି ଦେଉନାହାନ୍ତି କାହିଁକି ? ଏହା ଭିତରେ କି ରହସ୍ୟ ଅଛି ଓଡ଼ିଶାବାସୀ ଜାଣିବା ଦରକାର ବୋଲି ସଂଘ ସାମ୍ବାଦିକ ସମ୍ମିଳନୀ କରି କହିଛି ।

ଅନ୍ୟପଟେ ଡ୍ରାଇଭର ମହାସଂଘ ଧର୍ମଘଟକୁ ଆଉ ସମର୍ଥନ ଜଣାଇବେ ନାହିଁ କଟକ ଘରୋଇ ବସ୍ ମାଲିକ ସଂଘ  । ଧର୍ମଘଟର ସମାଧାନ ହେଉନଥିବାରୁ ବସ୍ ଚଳାଚଳ ବନ୍ଦ ରହିଥିବାରୁ ମାଲିକ କ୍ଷତି ସହୁଛନ୍ତି । ଯାତ୍ରୀଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ଏହାକୁ ମଧ୍ୟ ନଜରକୁ ନେଇଛି ବସ୍ ମାଲିକ ସଂଘ । ତେଣୁ କାଲିଠୁ ଘରୋଇ ବସ୍ ଚଳାଚଳ ଆରମ୍ଭ କରିବାକୁ ସଂଘ ନିଷ୍ପତ୍ତି ନେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?