ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ଅଟୋ ରିକ୍ସା ଶୋଭାଯାତ୍ରା: ଏହିସବୁ ଦାବି ରଖିଲେ…

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଅଟୋ ରିକ୍ସା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଆଂଚଳିକ ପରିବହନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଅଟୋ ରିକ୍ସା ଏବଂ ପ୍ରାଇଭେଟ ଗାଡିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ପରିଷଦରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର ସାମ୍ବିଧାନିକ ଅଧିକାର ଦେବା ପାଇଁ ଦାବିପତ୍ର ଦିଆଯାଇଛି । ଏଥିସହ ଆଗାମୀ ୯୦ ଦିନ ମଧ୍ୟରେ ଡ୍ରାଇଭରମାନଙ୍କର ସମସ୍ୟାର ସ୍ଥାୟୀ ସମାଧାନ ନହୁଏ ବାଧ୍ୟ ହୋଇ ସମଗ୍ର ଡ୍ରାଇଭର ସମାଜ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି । ଓଡ଼ିଶା ଡ୍ରାଇଭର ମହାସଙ୍ଘ ଦେବଗଡ ଜିଲା ସଭାପତି ଆଦିତ୍ୟ ପ୍ରସାଦ ବେହେରାଙ୍କ ନେତୃତ୍ୱରେ ଶତାଧିକ ଅଟୋ ରିକ୍ସା ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଦେବଗଡ ଝାଡେଶ୍ୱର ମନ୍ଦିରରୁ ଶୋଭାଯାତ୍ରାରେ ବାହାରି ଜିଲା ଆରକ୍ଷୀ ଅଧିକ୍ଷକ, ଆଂଚଳିକ ପରିବହନ ଅଧିକାରୀ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଡ୍ରାଇଭର ମହାସଙ୍ଗର ସମ୍ପାଦକ ରଞ୍ଜିତ ପ୍ରଧାନଙ୍କ ସମେତ ଶତାଧିକ ଡ୍ରାଇଭର ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?