୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶା ପାଇଁ ଏକ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି। ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ବୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଅଭିବୃଦ୍ଧିର ଇଞ୍ଜିନ ହେବାର ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ। ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି। ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ।

ନୀତି ଆୟୋଗର ସି.ଇ.ଓ ଶ୍ରୀ ସୁବ୍ରମନିୟମ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ରହିଛି। ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ ସବୁ ରାଜ୍ୟର ବିକାଶ ଦରକାର। ଓଡିଶା କ୍ଷେତ୍ରରେ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ନୀତି ଆୟୋଗ ପୂର୍ଣ୍ଣ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ।

ଆଲୋଚନାରୁ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ Vision Document ପ୍ରସ୍ତୁତ କରାଯିବ ବୋଲି ଜଣା ଯାଇଛି। ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ। ଭିଜନ ଡକ୍ୟୁମେଣ୍ଟର କାର୍ଯ୍ୟାନ୍ବୟନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନୀତି ଆୟୋଗର ସିଇଓ ଏବଂ ଅଧିକାରୀମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ସମସ୍ତ ବିଭାଗର ସଚିବ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?