ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ ସହ ଓଡ଼ିଆ କଳାକାରଙ୍କ ନାମ ରହିଥିବା ଦେଖାଯାଇଛି।

ଷ୍ଟାର ପ୍ରଚାରକ ତାଲିକାର ପ୍ରଥମରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ବ୍ୟତିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ଼୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମୋହନ ଯାଦବ, ହିମନ୍ତ ବିଶ୍ୱଶର୍ମା, ବିଷ୍ଣୁଦେଓ ସାଏ, ସ୍ମୃତି ଇରାନୀ, ବୈଜୟନ୍ତ ପଣ୍ଡା, ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ତାଲିକାରେ ଅଛନ୍ତି। ସେହିଭଳି ଅନ୍ୟମାନଙ୍କ ମଧ୍ୟରେ ଭୁପେନ୍ଦର ଯାଦବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ସୁନୀଲ ବଂଶଲ, ବିଜୟପାଲ ସିଂହ ତୋମାର, ସୁଶ୍ରୀ ଲତା ଉଶେଣ୍ଡି,ସାନ୍ତନୁ ଠାକୁର, ବିଶ୍ୱେଶ୍ୱର ଟୁଡ଼ୁ, ଜୟ ନାରାୟଣ ମିଶ୍ର, ଜୁଏଲ ଓରାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସମ୍ବିତ ପାତ୍ର,ବସନ୍ତ କୁମାର ପଣ୍ଡା,ସୁରେଶ ପୁଜାରୀ, କନକ ବର୍ଦ୍ଧନ ସିଂଦେଓ, ସମୀର ମହାନ୍ତି, ମାନସ କୁମାର ମହାନ୍ତି, ଗୋଲକ ପ୍ରସାଦ ମହାପାତ୍ର, ପୂର୍ଣ୍ଣିମା କେର୍‌କେଟା, ସାରଦା ପ୍ରସାଦ ଶତପଥୀ, ରମେଶ ସାହୁ, ଅନୁଭବ ମହାନ୍ତି, ହରିହର ମହାପାତ୍ର, ପିଙ୍କି ପ୍ରଧାନ ଏବଂ ଶ୍ରୀତମ ଦାସ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri