ପୁରୀରେ ବିଜେଡିର ବଡ଼ ମିଶ୍ରଣ ପର୍ବ, ସଞ୍ଜୟ ଦାସ ବର୍ମାଙ୍କ ଉପସ୍ଥିତିରେ ସାମିଲ ହେଲେ…

ପୁରୀ,୩।୪(ଅଜିତ୍‌ ମହାନ୍ତି): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ନିର୍ମଳ ଭାବମୂର୍ତ୍ତି ଓ ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁରୀ ହଲିଡେ ରିସୋର୍ଟଠାରେ ବୁଧବାର ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ସତ୍ୟବାଦୀ ବ୍ଲକ ଭାଜପା ସମର୍ଥିତ ଜିଲା ପରିଷଦ ପ୍ରାର୍ଥୀ ୩୧ନଂ ଜୋନ ଜାନକୀ ବରାଳ, ଜୟପୁର ପଞ୍ଚାୟତ ପୂର୍ବତନ ସରପଞ୍ଚ ବିଶ୍ୱଜିତ ମହାପାତ୍ର, ବିଜୟ ମହାନ୍ତି ପୂର୍ବତନ ସରପଞ୍ଚ ସୁକଳ, ସାବିତ୍ରୀ ବରାଳ ପୂର୍ବତନ ସମିତି ସଭ୍ୟ ମଧୁବନ, ପୂର୍ବତନ ସମିତି ସଭ୍ୟ ମଧୁବନ ପ୍ରମୋଦ କୁମାର ବରାଳ, ଆଶିଷ କୁମାର ସତପଥି ଯୁବ ନେତା ଜୟପୁର ପଞ୍ଚାୟତ, ଅର୍ଜୁନ କୁମାର ମହାପାତ୍ର ନରେନ୍ଦ୍ର ପୁର ପଞ୍ଚାୟତ ଭାଜପା ନେତା, ରାଜକିଶୋର ମହାପାତ୍ର ସୁକଳ ପଞ୍ଚାୟତ ଭାଜପା ନେତା, ସୁନିଲ ମିଶ୍ର ନୂଆ ସୋମେଶ୍ୱର ପୁର ଭାଜପା ନେତା, କଣାସ ବ୍ଲକ ଗଡ଼ବଡ଼ପୁଟ ପଞ୍ଚାୟତ ପୂର୍ବତନ ସମିତି ସଭ୍ୟ ଦିଲୀପ ପଲେଇ, ଗଡ଼ବଡ଼ପୁଟ ପଞ୍ଚାୟତ ପୂର୍ବତନ କଂଗ୍ରେସ ସଭାପତି ରାଜକିଶୋର ପରିଡ଼ା, କୃଷ୍ଣମୋହନ ଛୋଟରାୟ ପୂର୍ବତନ କଂଗ୍ରେସ ସଭାପତି, ଅଭିଷେକ ମହାନ୍ତି, ସମ୍ପଦ ସାମନ୍ତରାୟ, ସୁନୀଲ କୁମାର ସାହୁ, ବୁଲୁ ସାହୁ, ନାଗାର୍ଜୁନ ସେନାପତି, ଦୁଃଶାସନ ମାଝୀ, କଣାସ ପଞ୍ଚାୟତ ଭାଜପା ବରିଷ୍ଠ ନେତା ବଳିଆ ଜେନା, ବିଚି ଜେନା, ବୈଦ୍ୟନାଥ ମାଝୀ, ଦୈଇ ମାନସିଂହ, ଯୁବ ନେତା ଦିପୁ ଜେନା, ଲିପୁ ଜେନାଙ୍କ ସମେତ କଣାସ ଏବଂ ସତ୍ୟବାଦୀ ବ୍ଲକ ଶତାଧିକ ଭାଜପା ଓ କଂଗ୍ରେସ ବରିଷ୍ଠ ନେତା ଏବଂ କର୍ମୀ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣ ପର୍ବରେ ସତ୍ୟବାଦୀ ବ୍ଲକ ବିଜୁ ଜନତା ଦଳ ସଭାପତି ପ୍ରମୋଦ ରାଉତରାୟ, ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନିଲ ପଣ୍ଡା, ପୂର୍ବତନ ଅଧ୍ୟକ୍ଷ ପ୍ରେମାନନ୍ଦ ବେହେରା, ଉପାଧ୍ୟକ୍ଷଙ୍କ ପ୍ରତିନିଧି ପ୍ରକାଶ ପ୍ରଧାନ, ଜିଲା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଦେବାଶିଷ ରାୟ, କଣାସ ବ୍ଲକ ବିଜୁ ଜନତା ଦଳ ସଭାପତି ସୁରେଶ ସାହୁ, କଣାସ ବ୍ଲକ ଅଧକ୍ଷା ପ୍ରଭାତୀ ରାଉତ ଏବଂ ସତ୍ୟବାଦୀ ବ୍ଲକ ବିଜୁ ଜନତା ଦଳ ବରିଷ୍ଠ ନେତା ବୁଲୁ ଶତପଥୀ ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କୁ ଦଳକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri