ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା ରୁଜୁ କରାଯିବା ସହ ତାଙ୍କୁ ପୁଣି ଥରେ ଗିରଫକରି ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ସେଠାରେ ଜାମିନ ଖାରଜ ହେବାରୁ ଯନ୍ତ୍ରୀଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତିର ମୂଲ୍ୟ ୧ କୋଟି ୭୩ ଲକ୍ଷ ୪୮ ହଜାର ୪୧୭ ଟଙ୍କା ବୋଲି ଭିଜିଲାନ୍ସ ଆକଳନ କରିଛି । କେସ୍‌ ନମ୍ବର ୨୨/୨୪ ରେ ଯନ୍ତ୍ରୀ ଏବଂ ତାଙ୍କ ସ୍ତ୍ରୀଙ୍କ ନାମରେ ଧାରା ୧୩(୨)ଆର୍‌/ଡବ୍ଲ୍ୟୁ ୧୩(୧)(ବି)/୧୨ ପିସି ଆକ୍ଟ ଅନୁଯାୟୀ ମାମଲା ରୁଜୁ ହୋଇଥିବା ଭିଜିଲାନ୍ସ ସୂତ୍ରରୁ ଜଣାପଡ଼ିଛି । ଏନେଇ ଅଧିକ ତଦନ୍ତ ଚାଲିଥିବା ଭିଜିଲାନ୍ସ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ଏକ ରାସ୍ତା କାମର ମାପଚୁପ ଏବଂ ଶ୍ରମିକଙ୍କ ମଜୁରି ବିଲ୍‌ ପାସ୍‌ କରିବା ପାଇଁ ଯନ୍ତ୍ରୀ ଚୌଧୁରୀ ୬୦ ହଜାର ଟଙ୍କା ଦାବି କରିଥିଲେ । ଗତ ଅଗଷ୍ଟ ୩୧ରେ ରାୟଗଡ଼ା ଫରେଷ୍ଟ କଲୋନୀ ଅଞ୍ଚଳରେ ଥିବା ତାଙ୍କ ବାସଭବନରେ କାଶୀପୁର ବ୍ଲକ୍‌ର ମାଣ୍ଡିବିସି ପଞ୍ଚାୟତ ମେଟ୍‌ କ୍ଷେତ୍ର ମାଝୀଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜେଇ ଚୌଧୁରୀ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଭିଜିଲାନ୍ସ ଟିମ୍‌ ଯନ୍ତ୍ରୀଙ୍କ ଘରୁ କେମିକାଲ ରଙ୍ଗ ବୋଳା ଟଙ୍କା ଜବତ କରିବା ସହ ଗିରଫ କରାଯାଇଥିଲା। ସେତେବେଳେ ଯନ୍ତ୍ରୀଙ୍କ ଘରୁ ୧୪ ଲକ୍ଷ ୮୧ ହଜାର ୩୦୦ ଟଙ୍କା ସମେତ ସୁନା ଅଳଙ୍କାର, ଗାଡ଼ି ଇତ୍ୟାଦି ଜବତ ହୋଇଥିଲା। ଏଥିସହ ଏକ ଘର ଠାବ କରିଥିଲେ ଭିଜିଲାନ୍ସ ଟିମ୍‌। ଜୟପୁର ଭିଜିଲାନ୍ସର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅରୁଣ କୁମାର ନାୟକଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ। ଏହାପରେ ଯନ୍ତ୍ରୀ ଚୌଧୁରୀ ଜାମିନରେ ଆସିଥିବାବେଳେ ଏବେ ପୁଣି ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri