ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା ରୁଜୁ କରାଯିବା ସହ ତାଙ୍କୁ ପୁଣି ଥରେ ଗିରଫକରି ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ସେଠାରେ ଜାମିନ ଖାରଜ ହେବାରୁ ଯନ୍ତ୍ରୀଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତିର ମୂଲ୍ୟ ୧ କୋଟି ୭୩ ଲକ୍ଷ ୪୮ ହଜାର ୪୧୭ ଟଙ୍କା ବୋଲି ଭିଜିଲାନ୍ସ ଆକଳନ କରିଛି । କେସ୍‌ ନମ୍ବର ୨୨/୨୪ ରେ ଯନ୍ତ୍ରୀ ଏବଂ ତାଙ୍କ ସ୍ତ୍ରୀଙ୍କ ନାମରେ ଧାରା ୧୩(୨)ଆର୍‌/ଡବ୍ଲ୍ୟୁ ୧୩(୧)(ବି)/୧୨ ପିସି ଆକ୍ଟ ଅନୁଯାୟୀ ମାମଲା ରୁଜୁ ହୋଇଥିବା ଭିଜିଲାନ୍ସ ସୂତ୍ରରୁ ଜଣାପଡ଼ିଛି । ଏନେଇ ଅଧିକ ତଦନ୍ତ ଚାଲିଥିବା ଭିଜିଲାନ୍ସ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ଏକ ରାସ୍ତା କାମର ମାପଚୁପ ଏବଂ ଶ୍ରମିକଙ୍କ ମଜୁରି ବିଲ୍‌ ପାସ୍‌ କରିବା ପାଇଁ ଯନ୍ତ୍ରୀ ଚୌଧୁରୀ ୬୦ ହଜାର ଟଙ୍କା ଦାବି କରିଥିଲେ । ଗତ ଅଗଷ୍ଟ ୩୧ରେ ରାୟଗଡ଼ା ଫରେଷ୍ଟ କଲୋନୀ ଅଞ୍ଚଳରେ ଥିବା ତାଙ୍କ ବାସଭବନରେ କାଶୀପୁର ବ୍ଲକ୍‌ର ମାଣ୍ଡିବିସି ପଞ୍ଚାୟତ ମେଟ୍‌ କ୍ଷେତ୍ର ମାଝୀଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜେଇ ଚୌଧୁରୀ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଭିଜିଲାନ୍ସ ଟିମ୍‌ ଯନ୍ତ୍ରୀଙ୍କ ଘରୁ କେମିକାଲ ରଙ୍ଗ ବୋଳା ଟଙ୍କା ଜବତ କରିବା ସହ ଗିରଫ କରାଯାଇଥିଲା। ସେତେବେଳେ ଯନ୍ତ୍ରୀଙ୍କ ଘରୁ ୧୪ ଲକ୍ଷ ୮୧ ହଜାର ୩୦୦ ଟଙ୍କା ସମେତ ସୁନା ଅଳଙ୍କାର, ଗାଡ଼ି ଇତ୍ୟାଦି ଜବତ ହୋଇଥିଲା। ଏଥିସହ ଏକ ଘର ଠାବ କରିଥିଲେ ଭିଜିଲାନ୍ସ ଟିମ୍‌। ଜୟପୁର ଭିଜିଲାନ୍ସର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅରୁଣ କୁମାର ନାୟକଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ। ଏହାପରେ ଯନ୍ତ୍ରୀ ଚୌଧୁରୀ ଜାମିନରେ ଆସିଥିବାବେଳେ ଏବେ ପୁଣି ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri