ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସାମାଜିକ କାର୍ଯ୍ୟକ୍ରମ ଓ ଗୃହନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସଫଳ ଯୁବଦ୍ୟୋଗୀ ସୁବ୍ରତ କୁମାର ସାହୁଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର-୨୦୨୪ ପ୍ରଦାନ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ନିର୍ବାଣ ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର-୨୦୨୪ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ପୂର୍ବତନ ସାଂସଦ ଡ.ପ୍ରସନ୍ନ କୁମାର ପାଟ୍ଟଶାଣୀ, ଏଫଆଇଇଓର ଓଡ଼ିଶା ଶାଖା ମୁଖ୍ୟ କମଳାକାନ୍ତ ସାହୁ, ପାରାଦୀପ ପରିବହନର ସିଏମ୍‌ଡି ପ୍ରଭାତ ନନ୍ଦୀ, ହେଲ୍‌ଥ ଅନ୍‌ ଟପ୍‌ର ପ୍ରତିଷ୍ଠାତା ଗୌରବ ରାଲହନ, ସାମାଜିକକର୍ମୀ ଡ.ରୀନା ରାଉତରାୟ, ଭୁବନେଶ୍ୱର ଆପୋଲୋ ହସ୍ପିଟାଲର ସିଓଓ ଆଲୋକ ଶ୍ରୀବାସ୍ତବ, ଲୋରିଏଲ ଇଷ୍ଟେଟର ଏମ୍‌ଡି ଟିଟନ ସାହୁଙ୍କ ସମେତ ତୃପ୍ତିକାନ୍ତ ପାଣିଗ୍ରାହୀ, ପାର୍ଥସାରଥୀ ମିଶ୍ର, ଲକ୍ଷୀ ସ୍ବାଇଁ ଏବଂ ଅଭିନେତ୍ରୀ ନିକିତା ପ୍ରମୁଖ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୨୦ଜଣ ଶ୍ରେଷ୍ଠ ଉଦ୍ୟୋଗୀଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri