Posted inରାଜ୍ୟ

ଆବକାରୀ ଅଧୀକ୍ଷକଙ୍କୁ ରାସ୍ତା ମଝିରେ ଅଟକାଇଲା ଭିଜିଲାନ୍ସ; ୩ ଲକ୍ଷ ଟଙ୍କା ନଗଦ ଜବତ

ଢେଙ୍କାନାଳ, ୨୯।୪: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ମାର୍ଗମଧ୍ୟରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ଜବତ କରିଛି।

ଢେଙ୍କାନାଳର ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କ ଅବୈଧ ଅର୍ଥ ସମ୍ପର୍କରେ ପୂର୍ବ ସୂଚନା ଆଧାରରେ, ଭିଜିଲାନ୍ସର ଏକ ଦଳ ମଙ୍ଗଳବାର ଦିନ ତାଙ୍କୁ ଦେଉଳସାହି ରୋଡ଼ରେ ଏକ ଏସୟୁଭିରେ ଯାତ୍ରା କରୁଥିବା ବେଳେ ଅଟକାଇଥିଲା।

ଅଟକ ସମୟରେ, ଭିଜିଲାନ୍ସ ଦଳ ମହିଳା ଆବକାରୀ ଅଧିକାରୀଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ପାଇଥିଲେ। ସେ ଏହି ଅର୍ଥର ଉତ୍ସ ସମ୍ପର୍କରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ, ଉକ୍ତ ଟଙ୍କା ଟଙ୍କା ତାଙ୍କ ଗାଡ଼ି ସହିତ ଜବତ କରାଯାଇଛି।

ଜବତ ପରେ, ଭିଜିଲାନ୍ସ ଅଧିକାରୀମାନେ ଅର୍ଥର ଉତ୍ସ ନିର୍ଣ୍ଣୟ କରିବା ପାଇଁ ଆୟ ବହିର୍ଭୁତ୍ତ ସମ୍ପତ୍ତି ଦୃଷ୍ଟିକୋଣରୁ ପାଞ୍ଚଟି ସ୍ଥାନରେ ତଲାସୀ ଅଭିଯାନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri