କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା

କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବନ୍ଦ କରିବାକୁ ଉଦ୍ୟମ କରୁଛି ଆନ୍ଧ୍ର। ହେଲେ କୋରାପୁଟ ଜିଲା ପ୍ରଶାସନର ତତ୍ପରତା ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କରି ଦେଇଛି।

ମିଳିଥିବା ସୂଚନା ମୁତାବକ, ଓଡ଼ିଶା ସରକାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମରେ ୮୮ଲକ୍ଷ ୯୮ହଜାର ଟଙ୍କା ମୂଲ୍ୟ ଅଟକଳରେ କୋଟିଆ ପଞ୍ଚାୟତର ନେରେଡିବାଲସାରେ ଆବାସିକ ବିଦ୍ୟାଳୟର ଗୃହ ନିର୍ମାଣ କାର୍ଯ୍ୟ ଚାଲିିଛି। ଏହା ଜାଣିବା ପରେ ଆନ୍ଧ୍ରର ସାଲୁରୁ ବ୍ଲକ ପ୍ରଶାସନିକ ଅଧିକାରୀ ପୋଲିସ ସହ ପହଞ୍ଚି ଥିଲେ ନିର୍ମାଣ ସ୍ଥଳରେ। କାମ ବନ୍ଦ କରିବାକୁ ଠିକାଦାରଙ୍କୁ ତାଗିଦ କରିଥିଲେ । ଏନେଇ ଠିକାଦାର ଜଣକ କୋରାପୁଟ ଜିଲା ପ୍ରଶାସନକୁ ଅବଗତ କରାଇଥିଲେ। ଜିଲାପାଳ ଅବଦୁଲ ଅଖତାର ଏହି ଦିଗରେ ପଦକ୍ଷେପ ନେବାକୁ ପଟ୍ଟାଙ୍ଗୀ ତହସିଲଦାର ହରିପଦ ମଣ୍ଡଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ମଣ୍ଡଳ ସ୍ଥାନୀୟ ପୋଲିସ ନେଇ ନିର୍ମାଣ ସ୍ଥଳରେ ପହଞ୍ଚତ୍ ଉପସ୍ଥିତ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ ପୋଲିସକୁ ଏହା ଓଡ଼ିଶା ସରକାରଙ୍କ କାର୍ଯ୍ୟ। କୋରାପୁଟ ଜିଲାପାଳଙ୍କ ନିର୍ଦ୍ଦେଶରେ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ଚାଲିଥିବା କହି ସମସ୍ତ ରେକର୍ଡ ପତ୍ର ଦେଖାଇଥିଲେ। ପରେ ଘଟଣା ସ୍ଥଳରୁ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ ପୋଲିସ ଫେରି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri