ମାଲେସିଆ ବୁଲିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର,୧୮।୪: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ ଏବଂ କୃଷି ଅନୁସନ୍ଧାନ କେନ୍ଦ୍ର ପରିଦର୍ଶନ କରିବେ ଚାଷୀ ଏବଂ କୃଷି ଅଧିକାରୀ । ଛତୁ ଉତ୍ପାଦନ, ଆଧୁନିକ ପ୍ରଣାଳୀରେ ଉନ୍ନତ ଉଦ୍ୟାନ କୃଷି ଏବଂ ଜଳବାୟୁ ସହନଶୀଳ କୃଷି ପଦ୍ଧତି ଜାଣିବା ପାଇଁ ମଧ୍ୟ ସେଠାରେ ସୁଯୋଗ ମିଳିବ। କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଦ୍‌ଘାଟନ କରିଛନ୍ତି । ରାଜ୍ୟରେ କୃଷିଜାତ ଦ୍ରବ୍ୟର ଉତ୍ପାଦନ ଓ ବ୍ୟବସାୟକୁ ଦ୍ବିଗୁଣିତ କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ କରାଯାଇଛି। ମାଲେସିଆ ଗସ୍ତର ପ୍ରତି ଦିନର ରିପୋର୍ଟ ପ୍ରସ୍ତୁତ କରିବାକୁ ଚାଷୀ ଏବଂ ଅଫିସରଙ୍କୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଜଳ ସମ୍ପଦ ବିଭାଗର ମିଳିତ ସହଯୋଗରେ ବିଭିନ୍ନ ଅଞ୍ଚଳର ୧୪ ଚାଷୀ ଏବଂ ୧୪ଜଣ ଅଧିକାରୀ ମାଲେସିଆ ଯିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମର ସମସ୍ତ ଦାୟିତ୍ୱ ବହନ କରିବ ନାବାର୍ଡ ଓ ବିଶ୍ୱ ବ୍ୟାଙ୍କ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri