Posted inଖେଳ

ବିଜୟ ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସୋମବାର ପରସ୍ପର ସହିତ ମ୍ୟାଚ୍‌ ଖେଳିବେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଓ ଏଫ୍‌ସି ଗୋଆ। କଳିଙ୍ଗ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ ଖେଳାଯିବ। ଘରୋଇ ଦର୍ଶକଙ୍କ ସମ୍ମୁଖରେ ଓଏଫ୍‌ସି ଏହି ମ୍ୟାଚ ଖେଳିବାକୁ ଥିବା ବେଳେ ଏଫ୍‌ସି ଗୋଆ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଉଦ୍ୟମ କରିବ। ଏହା ପୂର୍ବରୁ ଉଭୟ ଦଳ ୭ଥର ମୁହାଁ ମୁହିଁ ହୋଇଥିବା ବେଳେ ଗୋଆ ୫ ଥର ବିଜୟୀ ହୋଇଛି ଓ ୨ଟି ମ୍ୟାଚ ଅମୀମାଂସିତ ଭାବରେ ଶେଷ ହୋଇଛି। ଚେନ୍ନାଇନ୍‌ ବିପକ୍ଷ ଅନ୍ତିମ ମ୍ୟାଚ୍‌ ଡ୍ର ରଖିବା ସହିତ ଓଏଫ୍‌ସି ୨୩ ପଏଣ୍ଟ ସହିତ ଷଷ୍ଠ ସ୍ଥାନକୁ ଉତ୍ତୀର୍ଣ୍ଣ ହୋଇଛି। ଅନ୍ୟ ପକ୍ଷରେ ଏଫ୍‌ସି ଗୋଆ ୨୬ ପଏଣ୍ଟ ସହିତ ୫ମ ସ୍ଥାନରେ ରହିଛି। ଏହି ମ୍ୟାଚ୍‌ ଜିତିଲେ ଓଏଫ୍‌ସି ପଏଣ୍ଟ ଟେବଲର ୫ମ ସ୍ଥାନକୁ ଉଠିବା ସହିତ ପ୍ଲେ ଅଫ୍‌ ସମ୍ଭାବନା ମଧ୍ୟ ବୃଦ୍ଧି ପାଈବ। ଉଭୟ ଦଳ ଶେଷ ଥର ପାଇଁ ଗୋଆର ଜଓ୍ବାହାର ଲାଲ ନେହେରୁ ଷ୍ଟାଡିୟମରେ ମ୍ୟାଚ ଖେଳିଥିଲେ ଯେଉଁଥିରେ ଓଏଫ୍‌ସି ୩-୦ରେ ପରାସ୍ତ ହୋଇଥିଲା। ମ୍ୟାଚର ୬୫ ତମ ମିନିଟରେ ନନ୍ଦ କୁମାର ଶେକରଙ୍କୁ ରେଡ କାର୍ଡ ମିଳିଥିଲା ଏବଂ ଓଏଫ୍‌ସି ଏହି ମ୍ୟାଚରେ ପରାଜିତ ହୋଇଥିଲା। ମ୍ୟାଚର ଗୋଟିଏ ଦିନ ପୂର୍ବରୁ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ ମୁଖ୍ୟ କୋଚ୍‌ ଯୋଶେପ୍‌ ଗୋମ୍ବାଉ ଏବଂ ଅନିକେତ ଯାଦବ। ଏହି ମ୍ୟାଚଟି ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ୩ ପଏଣ୍ଟ ଅକ୍ତିଆର କରିବା ପାଇଁ ଦଳ ଏହାର ଶ୍ରେଷ୍ଠ ପ୍ରୟାସ କରିବ ବୋଲି କହିଛନ୍ତି ମୁଖ୍ୟ କୋଚ୍‌ ଯୋଶେପ୍‌ ଗୋମ୍ବାଉ। ଓଏଫ୍‌ସିରେ ମୁଁ ଅନେକ ନୂତନ ଜିନିଷ ଶିଖିବାର ପ୍ରୟାସ କରୁଛି ଏବଂ ଦଳକୁ ବିଜୟୀ କରିବାକୁ ମୁଁ ମୋର ଶତ ପ୍ରତିଶତ ପ୍ରଦାନ କରିବି ବୋଲି କହିଛନ୍ତି ଅନିକେତ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri