ଭୁବନେଶ୍ୱର, ୨୧।୮ (ତପନ ସ୍ବାଇଁ): ଗୋଆର ଫତୋର୍ଦାସ୍ଥିତ ପିଏନ୍ଜି ଷ୍ଟାଡିୟମରେ ଭାଉସାହେବ ବନ୍ଦୋଦକର ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟ ଚଳିତ ମାସ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଗୋଆର ପ୍ରଥମ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଭାଉସାହେବ ବନ୍ଦୋଦକରଙ୍କ ନାମରେ ନାମିତ ଏହି ସମ୍ମାନଜନକ ଟୁର୍ନାମେଣ୍ଟରେ ଓଡ଼ିଶା ଏଫ୍ସି ସିନିୟର ଦଳ ଅଂଶଗ୍ରହଣ କରିବ। ଓଡ଼ିଶା ଏଫ୍ସି ଗ୍ରୁପ୍ ‘ବି’ରେ ଚେନ୍ନାଇନ୍ ଏଫ୍ସି, ଆର୍ଜେଣ୍ଟିନାର କ୍ଲବ ଡିପୋର୍ଟିଭେ ଡିଫେନ୍ସା ଓ୍ବାଇ ଜଷ୍ଟିକା ଓ ଚର୍ଚ୍ଚିଲ ବ୍ରଦର୍ସ ସହିତ ସ୍ଥାନ ପାଇଛି। ପ୍ରି-ସିଜନ ପ୍ରସ୍ତୁତି ପାଇଁ ଏହି ପ୍ରତିଯୋଗିତା ଓଡ଼ିଶା ଏଫ୍ସି ଲାଗି ଗୁରୁତ୍ୱପୂର୍ଣ୍ଣ। ଏଥିରେ ଭଲ ଅଭ୍ୟାସ ସହ ଦଳ ଆଗାମୀ ଆଇଏସ୍ଏଲ୍ ସିଜନ ପାଇଁ ରଣନୀତି ପ୍ରସ୍ତୁତ କରିପାରିବ। ”ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ ପାଇଁ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରିଛି। ଆଇଏସଏଲ୍ର ପ୍ରି-ସିଜନରେ ଦଳକୁ ପ୍ରସ୍ତୁତ କରିବା ପାଇଁ ଏହି ଟୁର୍ନାମେଣ୍ଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୋଆଭଳି ଏକ ସୁନ୍ଦର ସ୍ଥାନରେ ଭଲ ପ୍ରତିଦ୍ୱନ୍ଦ୍ୱୀ ଦଳ ବିପକ୍ଷରେ ଲଢ଼ିବାପାଇଁ ଆମେ ପ୍ରସ୍ତୁତ“ ବୋଲି ଓଡ଼ିଶା ଏଫ୍ସି ମୁଖ୍ୟ କୋଚ୍ ସର୍ଗିଓ ଲୋବେରା ପ୍ରକାଶ କରିଛନ୍ତି। ୨୫ ତାରିଖରେ ଓ୍ବାଇ ଜଷ୍ଟିକା ବିପକ୍ଷରେ ଖେଳି ଓଡ଼ିଶା ଏଫ୍ସି ଅଭିଯାନ ଆରମ୍ଭ କରିବ। ପରେ ୨୮ରେ ଚେନ୍ନାଇନ୍ ଏବଂ ୩୧ରେ ଚର୍ଚ୍ଚିଲ ବ୍ରଦର୍ସକୁ ଭେଟିବ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

