Posted inଖେଳ

ପଞ୍ଚମ ବିଜୟ ସହ ଦ୍ୱିତୀୟରେ ଓଡ଼ିଶା ଏଫ୍‌ସି

ଅହମଦାବାଦ, ୧୧।୫: ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଓଡ଼ିଶା ଏଫ୍‌ସି ପଞ୍ଚମ ବିଜୟ ହାସଲ କରିଛି। ବୁଧବାର ଶାହିବାଗ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଭିତ୍ତିକ ଏହି ଦଳ ୩-୦ ଗୋଲରେ ସେଲ୍‌ଟିକ୍‌ କୁଇନ୍ସ ଏଫ୍‌ସିକୁ ପରାସ୍ତ କରିଛି। ଆରମ୍ଭରୁ ମ୍ୟାଚଟି ଓଡ଼ିଶା ଏଫ୍‌ି ନିୟନ୍ତ୍ରଣରେ ରହିଥିଲା। ୩ୟ ମିନିଟରେ ଫୁଷ୍ଟିନା ଓରଓରନ୍ୟୋ ଆକ୍‌ପୋ ଏକ ଗୋଲ ଦେଇ ଦଳକୁ ଅଗ୍ରଣୀ କରିଥିଲେ। ୪୫+୨ ମିନିଟରେ ବନ୍ୟା କବିରାଜ ଏକ ଗୋଲଦେଇ ପ୍ରଥମାର୍ଦ୍ଧ ଖେଳ ଶେଷ ବେଳକୁ ଦଳର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇ ଦେଇଥିଲେ। ମ୍ୟାଚକୁ ପ୍ରତ୍ୟାବର୍ତ୍ତନ ପାଇଁ ସେଲ୍‌ଟିକ୍‌ କୁଇନ୍ସ ଏଫ୍‌ସି ଜୋରଦାର ଉଦ୍ୟମ କରିଥିଲା। ମାତ୍ର ଓଡ଼ିଶା ଏଫ୍‌ସି ଏହାର କଡ଼ା ଜବାବ ଦେଇଥିଲା। ଏଥିସହିତ ମ୍ୟାଚ ଶେଷ ହେବାର କିଛି କ୍ଷଣ ପୂର୍ବରୁ ଅର୍ଥାତ୍‌ ୯୦+୩ ମିନିଟରେ ଏସ. ଲିଣ୍ଡା କମ୍‌ ଆଉଏକ ଗୋଲ ଦେଇ ଓଡ଼ିଶା ଦଳକୁ ୩-୦ରେ ବିଜୟୀ କରିଥିଲେ। ବିଜୟୀ ଦଳର ଅଞ୍ଜୁ ତମାଙ୍ଗ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ପ୍ରତିଯୋଗିତାରେ ୬ ମ୍ୟାଚରୁ ଓଡ଼ିଶା ଏଫ୍‌ସିର ଏହାଥିଲା ୫ମ ବିଜୟ। ଫଳରେ ମୋଟ ୧୫ ପଏଣ୍ଟ ସହିତ ଏହି ଦଳ ଗ୍ରୁପ୍‌ ‘ବି’ ଟେବୁଲର ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହି ଗ୍ରୁପ୍‌ରେ ସେଥୁ ମଦୁରାଇ ଦଳ ୧୬ ପଏଣ୍ଟ ସହିତ ଶୀର୍ଷରେ ରହିଛି। ବୁଧବାର ଅନୁଷ୍ଠିତ ଅନ୍ୟ ମ୍ୟାଚ ଗୁଡ଼ିକ ମଧ୍ୟରେ ଇଷ୍ଟର୍ନ ସ୍ପୋର୍ଟିଂ ୧-୦ ଗୋଲରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ, ଚର୍ଚ୍ଚିଲ ବ୍ରଦର୍ସ ଏଫ୍‌ସି ୩-୧ରେ ଲଡର୍‌ସ ଏଫ୍‌ଏ କୋଚି ଓ୍ବାଇଏମ୍‌ଏଏକୁ ହରାଇଥିବାବେଳେ କର୍ନାଟକର କିକ୍‌ଷ୍ଟାର୍ଟ ଏଫ୍‌ସି ଓ ସେଥୁ ମଦୁରାଇ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?