Posted inଖେଳ

ଏଏଫ୍‌ସି କପ୍‌: ମୋହନବାଗାନ୍‌ ଉପରେ ଓଡ଼ିଶା ଏଫ୍‌ସିର ବୃହତ ବିଜୟ

ଭୁବନେଶ୍ୱର,୨୭ା୧୧: ଏଏଫ୍‌ସି କପ୍‌ରେ ତୃତୀୟ ବିଜୟ ହାସଲ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ସୋମବାର କୋଲକାତାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ମୋହନବାଗାନ୍‌ ଏଫ୍‌ସିକୁ ୫-୨ରେ ପରାସ୍ତ କରିଛି ଓଏଫ୍‌ସି। ଓଡ଼ିଶା ପକ୍ଷରୁ ରୟ କ୍ରିଷ୍ଣା(୨୯), ଡିଏଗୋ ମରିସିଓ(୩୨), ସାଇ ଗୋଡାର୍ଡ(୪୧), ଅନିକେତ ଯାଦବ(୯୦+୨) ଓ ଆଇଜାକ୍‌ ଭାନ୍‌ଲାଲରରୁଆଟ୍‌ଫେଲା(୯୦+୫) ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।

ଅନ୍ୟ ପକ୍ଷରେ ମୋହନ ବାଗାନ ପକ୍ଷରୁ ହ୍ୟୁଗୋ ବ୍ୟୁମୋସ୍‌(୧୭) ଓ କିୟାନ୍‌ ନାସିରି(୬୩) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ବିଜୟ ସହିତ ଏଏଫ୍‌ସି କପ୍‌ରେ ତୃତୀୟ ବିଜୟ ସହିତ ଗ୍ରୁପ୍‌ ଡିରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି ଓଏଫ୍‌ସି। ସେହିପରି ଦଳ ମୋହନ ବାଗାନ ବିପକ୍ଷରେ ଏହାର ପ୍ରଥମ ବିଜୟ ହାସଲ କରିଛି। ଉଭୟ ଦଳ ନବମ ଥର ପାଇଁ ମୁହାଁମୁହିଁ ହୋଇଥିବା ବେଳେ ପୂର୍ବରୁ ମୋହନ ବାଗାନ ୫ ଥର ବିଜୟୀ ହୋଇଥିଲା ଓ ୩ଟି ମ୍ୟାଚ୍‌ ଡ୍ରରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?