Posted inଖେଳ

ଓଡ଼ିଶା ଏଫ୍‌ସି, ସ୍ପୋର୍ଟସ୍‌ ଓଡ଼ିଶା ପରାସ୍ତ

ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ର ଲିଗ୍‌ ପର୍ଯ୍ୟାୟରେ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶା ଏଫ୍‌ସି ଓ ସ୍ପୋର୍ଟସ୍‌ ଓଡ଼ିଶା ଦଳ ମଙ୍ଗଳବାର କ୍ୱାର୍ଟର ଫାଇନାଲରେ କିନ୍ତୁ ହାରି ଯାଇଛନ୍ତି। ଶାହିବାଗ୍‌ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ସ୍ପୋର୍ଟସ୍‌ ଓଡ଼ିଶା ପେନାଲ୍ଟି ଶୁଟ୍‌ ଆଉଟ ୨-୪ ଗୋଲରେ ଇଷ୍ଟର୍ନ ସ୍ପୋର୍ଟିଂ ନିକଟରୁ ହାରି ଯାଇଛି। ନିର୍ଦ୍ଧାରିତ ସମୟରେ ମ୍ୟାଚ ୧-୧ ଗୋଲରେ ବରାବର ରହିଥିଲା। ଇଷ୍ଟର୍ନ ସ୍ପୋର୍ଟିଂ ୟୁନିୟନ ପକ୍ଷରୁ ଲିହିଙ୍ଗଡିକିମ୍‌ ୬୭ତମ ମିନିଟରେ ଗୋଲ ଦେଇ ଦଳକୁ ଅଗ୍ରଣୀ କରିଥିଲେ। ସ୍ପୋଟର୍‌ସ ଓଡ଼ିଶାର ମନୀଷା ନାୟକ ୮୦ତମ ମିନିଟରେ ଗୋଲ ପରିଶୋଧ କରି ଦେଇଥିଲେ। ଫଳାଫଳ ନିର୍ଣ୍ଣୟ ପାଇଁ ଶୁଟ୍‌ଆଉଟର ସହାୟତା ନିଆ ଯାଇଥିଲା। ଟ୍ରାନ୍ସଷ୍ଟାଡିଆରେ ଆୟୋଜିତ ଅନ୍ୟ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଓଡ଼ିଶା ଏଫ୍‌ସି ପେନାଲ୍ଟି ଶୁଟ୍‌ଆଉଟ ୦-୩ ଗୋଲରେ ଗୋକୁଳମ୍‌ କେରଳ ଏଫ୍‌ସିଠାରୁ ହାରିଛି। ଏହି ମ୍ୟାଚଟି ମଧ୍ୟ ନିର୍ଦ୍ଧାରିତ ସମୟରେ ୧-୧ ସ୍ଥିତିରେ ଶେଷ ହେବାରୁ ପେନାଲ୍ଟି ଶୁଟ୍‌ଆଉଟ ପଦ୍ଧତି ଅବଲମ୍ବନ କରାଯାଇଥିଲା। ମ୍ୟାଚର ୨ୟ ମିନିଟରେ ଏନ୍‌ ବାଲାଦେବୀ ଗୋଲଦେଇ ଓଡ଼ିଶା ଏଫ୍‌ସିକୁ ଆଗୁଆ କରିଥିବାବେଳେ ପ୍ରଥମାର୍ଦ୍ଧର ଇଞ୍ଜୁରି ଟାଇମ୍‌ ଅର୍ଥାତ୍‌ ୪୫+୪ ମିନିଟରେ ଗୋକୁଳମ୍‌ର ଆସେମ ରୋଜା ଦେବୀ ଗୋଲ ପରିଶୋଧ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri