Posted inଖେଳ

ଓଡ଼ିଶା ଏଫ୍‌ସି ଆଜି ହୋପ୍ସକୁ ଭେଟିବ

ଭୁବନେଶ୍ୱର, ୧୦।୧ (ତପନ ସ୍ବାଇଁ): ଓଡ଼ିଶା ଏଫ୍‌ସି ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବୁଧବାର ହୋପ୍ସ ଏଫ୍‌ସି ସହ ମୁକାବିଲା କରିବ। ୟୁନିଟ-୧ସ୍ଥିତ ଭୁବନେଶ୍ୱର ଫୁଟବଲ ଏକାଡେମୀ ପଡ଼ିଆରେ ଏହି ମ୍ୟାଚ ଅପରାହ୍ନ ୨ଟାରେ ଆରମ୍ଭ ହେବ। ଓଡ଼ିଶା ଏଫ୍‌ସି ଏପର୍ଯ୍ୟନ୍ତ ଖେଳିଥିବା ୩ଟି ଯାକ ମ୍ୟାଚରେ କ୍ଲିନ୍‌ ଶିଟ୍ସ ପାଇଛି। ପୂର୍ବ ମ୍ୟାଚରେ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ ହେଁ ଘରୋଇ ଦଳ ସେଥୁ ଏଫ୍‌ସିକୁ ୧-୦ ଗୋଲରେ ପରାସ୍ତ କରିଥିଲା। ଅନ୍ୟପକ୍ଷରେ ହୋପ୍ସ ଏଫ୍‌ସି ନିଜର ପୂର୍ବ ମ୍ୟାଚରେ ୨-୧ ଗୋଲରେ ଇଷ୍ଟ ବେଙ୍ଗଲ ଏଫ୍‌ସିକୁ ହରାଇ ଦେଇଥିଲା। ତେବେ ଏହି ଦଳ ନିଜର ପ୍ରଥମ ୨ଟି ମ୍ୟାଚରେ ଯଥାକ୍ରମେ କର୍ନାଟକର କିକ୍‌ଷ୍ଟାର୍ଟ ଏଫ୍‌ସିଠାରୁ ୦-୩ ଓ ଗୋକୁଳମ୍‌ କେରଳ ନିକଟରୁ ୦-୧ ଗୋଲରେ ହାରିଥିଲା। ଓଡ଼ିଶା ଏଫ୍‌ସି ଏବଂ ହୋପ୍ସ ମଧ୍ୟରେ ଏହା ହେବ ପ୍ରଥମ ମୁକାବିଲା। ଘରୋଇ ପରିବେଶରୁ ଫାଇଦା ଉଠାଇ ଓଡ଼ିଶା ଏଫ୍‌ସି ଅପରାଜେୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ରହିଛି। ”କ୍ରମାଗତ ୩ ମ୍ୟାଚରେ କ୍ଲିନ୍‌ ଶିଟ୍ସ ପାଇବା ଗୁରୁତ୍ୱପୂର୍ଣ୍ଣ। ମାତ୍ର ଦଳ ପ୍ରଦର୍ଶନରେ ଉନ୍ନତି ଆଣିବା ଉପରେ ଫୋକସ କରିବା ଆବଶ୍ୟକ। ଦଳର ଖେଳାଳିମାନେ ପର୍ଯ୍ୟାପ୍ତ ବିଶ୍ରାମ ପାଇଥିବାରୁ ଆସନ୍ତା ମ୍ୟାଚରେ ଭଲ ପ୍ରଦର୍ଶନ କରିବା ନେଇ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ କୋଚ୍‌ କ୍ରିସପିନ୍‌ ଛେତ୍ରୀ ଆଶା ପ୍ରକାଶ କରିଛନ୍ତି। ଏହି ଅବସରରେ ଖେଳାଳି ଜୁଲି କିଷାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?