Posted inଖେଳ

ନର୍ଥଇଷ୍ଟକୁ ଭେଟିବ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୧୪।୨(କ୍ରୀଡ଼ା ପ୍ରତିନିଧି)- ଗୋଆରେ ଚାଲିଥିବା ଇଣ୍ଡିଆନ ସୁପରଲିଗ୍‌ରେ ରବିବାର ଓଡ଼ିଶା ଏଫ୍‌ସି ଭାସ୍କୋର ତିଲକ ମୈଦାନରେ ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବ। ଭୁବନେଶ୍ୱରଭିତ୍ତିକ ଓଡ଼ିଶା ଦଳ ପୂର୍ବ ମ୍ୟାଚରେ ସଫଳ ପ୍ରତ୍ୟାବର୍ତ୍ତନ କରି କେରଳ ବ୍ଲାଷ୍ଟର୍ସ ବିପକ୍ଷ ମ୍ୟାଚକୁ ଡ୍ର ରଖିଥିବାରୁ ଆଗାମୀ ମ୍ୟାଚରେ ମଧ୍ୟ ଚମତ୍କାରିତା ଦେଖାଇବା ଆଶାରେ ରହିଛି। ୧୬ ମ୍ୟାଚରୁ ମାତ୍ର ୯ ପଏଣ୍ଟ ପାଇ ଟେବୁଲର ନିମ୍ନସ୍ଥାନରେ ରହିଛି ଓଡ଼ିଶା ଏଫ୍‌ସି। ମୁଖ୍ୟ କୋଚ୍‌ ଷ୍ଟୁଆର୍ଟ ବକ୍ସଟର ବିଦା ହୋଇ ସାରିଛନ୍ତି। ତେଣୁ ଅବଶିଷ୍ଟ ମ୍ୟାଚଗୁଡ଼ିକରେ ଶ୍ରେଷ୍ଠ ପ୍ରଦର୍ଶନ କରିବା ଅନ୍ତରୀଣ କୋଚ୍‌ ଗେରାଲ୍ଡ ପେଟନଙ୍କ ମୁଖ୍ୟ ଲକ୍ଷ୍ୟ। ପୂର୍ବ ମ୍ୟାଚରୁ ମିଳିଥିବା ମୋମେଣ୍ଟକୁ ଆଧାର କରି ଦଳ ଆଗାମୀ ମ୍ୟାଚରେ ଅବତୀର୍ଣ୍ଣ ହେବ ବୋଲି ପେଟନ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଏକଦା ୧୦ ମ୍ୟାଚ ଖେଳି ନିରାଶାଜନକ ସ୍ଥିତିରେ ଥିବା ନର୍ଥଇଷ୍ଟ ୟୁନାଇଟେଡ ପରବର୍ତ୍ତୀ ୬ଟି ମ୍ୟାଚରେ ଅପରାଜେୟ ରହି ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ କରିଛି। ଆଗାମୀ ମ୍ୟାଚ ଜିତି ଦଳ ଶୀର୍ଷ ୪ ସ୍ଥାନରେ ପ୍ରବେଶ ଲକ୍ଷ୍ୟରେ ରହିଛି। ଦଳ ଏବେ ୧୬ ମ୍ୟାଚରୁ ୫ ବିଜୟ, ୮ ଡ୍ର ଓ ୩ ପରାଜୟ ସହ ୨୩ ପଏଣ୍ଟ ପାଇଛି। ଓଡ଼ିଶା ବିପକ୍ଷରେ ଜିତିଲେ ଦଳ ପାଇଁ ସୁଯୋଗ ସୃଷ୍ଟିହେବ। ଗତ ଡିସେମ୍ବର ୨୨ରେ ଅନୁଷ୍ଠିତ ଓଡ଼ିଶା ଏଫ୍‌ସି-ନର୍ଥଇଷ୍ଟ ମୁକାବିଲା ୨-୨ ଗୋଲରେ ଡ୍ର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri