Posted inଖେଳ

ଆଜି ପଞ୍ଜାବ ଏଫ୍‌ସିକୁ ଭେଟିବ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୨୫ା୧୨(ସରୋଜ ଜେନା): ପ୍ରଥମ ଥର ଇଣ୍ଡିଆନ୍‌ ସୁପର ଲିଗ୍‌ ଖେଳୁଥିବା ପଞ୍ଜାବ ଏଫ୍‌ସିକୁ ମଙ୍ଗଳବାର ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଭେଟିବ ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ପଞ୍ଜାବ ନିଜର ଅନ୍ତିମ ମ୍ୟାଚ୍‌ରେ ଚେନ୍ନାଇନ୍‌ ଏଫ୍‌ସିକୁ ପରାସ୍ତ କରିଥିବା ବେଳେ ଏହା ବେଶ୍‌ ଆତ୍ମବିଶ୍ୱାସରେ ନଜର ଆସିବ। ଓଏଫ୍‌ସି ନିଜର ଅନ୍ତିମ ମ୍ୟାଚ୍‌ରେ ଇଷ୍ଟବେଙ୍ଗଲ ସହିତ ପଏଣ୍ଟ ବାଣ୍ଟିଥିଲା। ନିଖିଲ ପ୍ରଭୁଙ୍କ ପ୍ରତ୍ୟାବର୍ତ୍ତନ ସହିତ ପଞ୍ଜାବର ଡିଫେନ୍ସ ଅଧିକ ଶକ୍ତିଶାଳୀ ହୋଇଛି। ଓଏଫ୍‌ସିର ଆକ୍ରମଣ ବେଶ୍‌ ଶକ୍ତିଶାଳୀ ରହିଥିବା ବେଳେ ମଙ୍ଗଳବାର ଏକ ରୋମାଞ୍ଚକ ମ୍ୟାଚ୍‌ ଆଶା କରାଯାଏ। ଓଏଫ୍‌ସି କ୍ରମାଗତ ୯ଟି ମ୍ୟାଚ୍‌ ଧରି ଅପରାଜେୟ ରହିଛି। ଦଳ ନିଜର ଅପରାଜେୟ ଧାରା ବଜାୟ ରଖିବାକୁ ପ୍ରୟାସ କରିବ। ୧୦ ମ୍ୟାଚ୍‌ ଖେଳି ଓଏଫ୍‌ସି ୧୮ ପଏଣ୍ଟ ସହିତ ପଞ୍ଚମ ସ୍ଥାନରେ ରହିଛି।
ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଓଏଫ୍‌ସି ମୁଖ୍ୟ କୋଚ୍‌ ସର୍ଗିଓ ଲୋବେରା ଓ ସାହିଲ ପନଓ୍ବର ଯୋଗ ଦେଇଥିଲେ। ସମସ୍ତ ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ମୁଖ୍ୟ କୋଚ୍‌ ଲୋବେରା ସନ୍ତୋଷ ପ୍ରକାଶ କରିଥିଲେ। ଉନ୍ନତ ମାନର ଫୁଟବଲ ଖେଳିବା ଉପରେ ସମସ୍ତ ଖେଳାଳି ଗୁରୁତ୍ୱ ଦେଉଥିବା ବେଳେ ଏହା ତାଙ୍କୁ ଖୁସି ଦେଉଛି ବୋଲି କହିଥିଲେ ଲୋବେରା। ଅନ୍ୟପକ୍ଷରେ ପଞ୍ଜାବ ଏଫ୍‌ସିର ଏହା ପ୍ରଥମ ବର୍ଷ ଅଟେ। ପ୍ରଥମ ବର୍ଷ ଟୁର୍ନାମେଣ୍ଟରେ ସର୍ବଦା କଷ୍ଟସାଧ୍ୟ ରହିଥାଏ। ଏହି ମ୍ୟାଚ୍‌ରୁ ୩ ପଏଣ୍ଟ ନେବାକୁ ଚେଷ୍ଟା କରିବୁ ବୋଲି ଲୋବେରା ଦୃଢୋକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri