Posted inଖେଳ

ଓଡ଼ିଶା ଏଫ୍‌ସି ଓଡବ୍ଲ୍ୟୁଏଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): ଚଳିତ ବର୍ଷର ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌)ରେ ଚାମ୍ପିୟନ ହୋଇଛି ଓଡ଼ିଶା ଏଫ୍‌ସି। ଇଷ୍ଟକୋଷ୍ଟ ରେଲଓ୍ବେ ଦ୍ୱିତୀୟ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛି। ଫଳରେ ଓଡ଼ିଶା ଏଫ୍‌ସି ମହିଳା ଦଳ ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି। ଏଥିସହ ଓଡ଼ିଶାରୁ ୨ଟି ଦଳ ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଭାଗନେବା ସ୍ପଷ୍ଟ ହୋଇଛି। ଗତବର୍ଷ ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଟପ୍‌-୪ରେ ରହିଥିବାରୁ ସ୍ପୋଟର୍‌ସ ଓଡ଼ିଶା ଆଗାମୀ ସଂସ୍କରଣରେ ମଧ୍ୟ ଖେଳିବାକୁ ଯୋଗ୍ୟତା ପାଇଛି।
ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ସିଜନର ଶେଷ ମ୍ୟାଚରେ ଓଡ଼ିଶା ଏଫ୍‌ସି ୨-୧ ଗୋଲରେ ଇଷ୍ଟକୋଷ୍ଟ ରେଲଓ୍ବେକୁ ପରାସ୍ତ କରିଛି। ଭୁବନେଶ୍ୱରର ୩ଟି ଗ୍ରାଉଣ୍ଡ କଳିଙ୍ଗ ଷ୍ଟାଡିୟମ, ୭ମ ବାଟାଲିଅନ ଗ୍ରାଉଣ୍ଡ ଏବଂ କ୍ୟାପିଟାଲ ପଡ଼ିଆରେ ଓଡ଼ିଶା ଏଫ୍‌ସି ମୋଟ ୧୦ଟି ମ୍ୟାଚ ଖେଳି ୪୬ଟି ଗୋଲ ଦେଇଥିବାବେଳେ ମାତ୍ର ୩ଟି ଗୋଲ ବରଣ କରିଥିଲା। ରେଲଓ୍ବେ ବିପକ୍ଷ ମ୍ୟାଚରେ ଓଡ଼ିଶା ଏଫ୍‌ସି ପକ୍ଷରୁ ମାଳତୀ ମୁଣ୍ଡା ୪ର୍ଥ ମିନିଟରେ ଏକ ଗୋଲ କରି ଦଳକୁ ଅଗ୍ରଣୀ କରାଇଥିଲେ। ମାତ୍ର ୨୯ତମ ମିନିଟରେ ରେଲଓ୍ବେର ୟୁମନାମ କମଳା ଦେବୀ ଗୋଲକରି ମ୍ୟାଚକୁ ୧-୧ ସ୍ଥିତିକୁ ନେଇ ଆସିଥିଲେ।]

ମ୍ୟାଚର ୫୫ତମ ମିନିଟରେ ପ୍ୟାରୀ ଖାଖା ଗୋଲ ଦେଇ ଓଡ଼ିଶା ଏଫ୍‌ସିକୁ ପୁଣି ଅଗ୍ରଣୀ କରାଇଥିଲେ। ଶେଷ ୩୫ ମିନିଟରେ ରେଲଓ୍ବେ ଦଳ ଆକ୍ରମଣାତ୍ମକ ପନ୍ଥା ଅବଲମ୍ବନ କରି ଖେଳିଥିଲେ ହେଁ ଗୋଲ ପରିଶୋଧ କରିପାରି ନ ଥିଲା। ଶେଷ ଦିବସରେ ଅନୁଷ୍ଠିତ ଅନ୍ୟ ୨ଟି ମ୍ୟାଚରେ ଓଡ଼ିଶା ପୋଲିସ ୬-୦ ଗୋଲରେ ରାଇଜିଂ ଷ୍ଟୁଡେଣ୍ଟକୁ ହରାଇଥିବାବେଳେ ସ୍ପୋଟର୍‌ସ ଓଡ଼ିଶା ୨-୦ରେ ଓଜିପି କ୍ଲବକୁ ପରାସ୍ତ କରିଛି। ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଯୁଗ୍ମ ସମ୍ପାଦକ ଅଭିଜିତ ପାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ଉପସଭାପତି ଦିଲୀପ କୁମାର ସାହୁ, ଯୁଗ୍ମ ସମ୍ପାଦକ ବିଶ୍ୱ ରଞ୍ଜନ ଘଡ଼େଇ, ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ଓଏସ୍‌ଡି ଶୁଭେନ୍ଦୁ ପଣ୍ଡା, ଫାଓ ରେଫରି ପ୍ୟାନେଲ ମୁଖ୍ୟ ଦୁର୍ଗା ମାଧବ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri