Posted inଖେଳ

ଜାହୋଉଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧।୬(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଏଫ୍‌ସି ଆଗାମୀ ୨ ବର୍ଷ ପାଇଁ ମିଡ୍‌ଫିଲ୍ଡ ତାରକା ଅହମଦ ଜାହୋଉଙ୍କ ସହ ଚୁକ୍ତି କରିଛି। ଏହି ମରକ୍କୋ ଖେଳାଳି ପୂର୍ବରୁ ଏଫ୍‌ସି ଗୋଆ ଏବଂ ମୁମ୍ବାଇ ସିଟି ଏଫ୍‌ସି ପକ୍ଷରୁ ଖେଳିବାର ଅଭିଜ୍ଞତା ରଖିଛନ୍ତି। ସେ ଥରେ ଲେଖାଏ ଗୋଆ ଓ ମୁମ୍ବାଇ ପକ୍ଷରୁ ଖେଳି ହିରୋ ଆଇଏସ୍‌ଏଲ୍‌ ଲିଗ୍‌ ବିଜେତା ସିଲ୍ଡ ହାସଲ କରି ସାରିଛନ୍ତି। ଏହା ବ୍ୟତୀତ ଥିରେ ଆଇଏସ୍‌ଏଲ୍‌ ଟାଇଟଲ ମଧ୍ୟ ଜିତିବାର ସୌଭାଗ୍ୟ ପାଇଛନ୍ତି। ସେତେବେଳେ ସେ ମୁମ୍ବାଇ ସିଟି ଏଫ୍‌ସି ପକ୍ଷରୁ ଖେଳୁଥିଲେ। ତାଙ୍କ ଅଭିଜ୍ଞତା ଏବଂ ବିଜୟ ମାନସିକତା ଓଡ଼ିଶା ଏଫ୍‌ସିପାଇଁ ବିଶେଷ ଉପାଦେୟ ହେବ ବୋଲି ଆଶା କରାଯାଉଛି।
ଏଫ୍‌ସି ଗୋଆ ପକ୍ଷରୁ ଖେଳି ଆଇଏସଏଲ୍‌ ଅଭିଯାନ ଆରମ୍ଭ କରିଥିଲେ ଜାହୋଉ। ଖୁବ୍‌ କମ୍‌ ଦିନ ମଧ୍ୟରେ ସେ ଜଣେ ବିଚକ୍ଷଣ ମିଡ୍‌ଫିଲ୍ଡରଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିଲେ। ଆକ୍ରମଣାତ୍ମକ ରଣନୀତି ପାଇଁ ବିଶେଷ ପରିଚିତ ସର୍ଗିଓ ଲୋବେରାଙ୍କ ତତ୍ତ୍ୱାବଧାନରେ ଖେଳି ସେ ନିଜ ପ୍ରଦର୍ଶନକୁ ଶାଣିତ କରିଥିଲେ ଏବଂ ଗୋଆ ସଫଳତାର ଅବିଚ୍ଛେଦ୍ୟ ଅଙ୍ଗ ପାଲଟି ଯାଇଥିଲେ। ଗୋଆ ସହିତ ସଫଳ ବର୍ଷ କଟାଇବାପରେ ସେ କୋଚ୍‌ ଲୋବେରାଙ୍କ ସହ ମୁମ୍ବାଇ ସିଟି ଏଫ୍‌ସି ଆସିଥିଲେ। ସେଠାରେ ମଧ୍ୟ ସେ ନିଜ ଅଭିଜ୍ଞତାର ଉପଯୋଗ କରି ଦଳକୁ ଟାଇଟଲ ଜିତାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଏବେ ତାଙ୍କ ଉପସ୍ଥିତିରେ ଓଡ଼ିଶା ଏଫ୍‌ସିର ଯୁବ ଖେଳାଳିମାନେ ଉପକୃତ ହେବେ। ତାଙ୍କ ଉପସ୍ଥିତିରେ କ୍ଲବ ପାଇଁ ଏକ ନୂଆ ଯୁଗର ଆରମ୍ଭ ହେବ ବୋଲି ଆଶା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri