Posted inଖେଳ

ଟଙ୍କଧରଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଫୁଟବଲ ଏକାଡେମୀର ସଦସ୍ୟ ଟଙ୍କଧର ବାଗ୍‌ଙ୍କ ସହ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଅନ୍ୟତମ ପ୍ରତିଷ୍ଠିତ ଦଳ ଓଡ଼ିଶା ଏଫ୍‌ସି ଚୁକ୍ତି କରିଛି। ଏହି ଚୁକ୍ତି ଅଢ଼େଇ ବର୍ଷ ପାଇଁ ହୋଇଥିବା ଫ୍ରାଞ୍ଚାଇଜ୍‌ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଯୁବ ଖେଳାଳି ଟଙ୍କଧର ରାଇଟ-ବ୍ୟାକ୍‌ରେ ଖେଳିଥାନ୍ତି। ଏହା ବ୍ୟତୀତ ସେ ସେଣ୍ଟ୍ରାଲ ଡିଫେନ୍ସିଭ ଭୂମିକା ତୁଲାଇବାର ଦକ୍ଷତା ମଧ୍ୟ ରଖିଛନ୍ତି। ୨୦୧୯-୨୦ ସିଜନରେ ଟଙ୍କଧର ଇଣ୍ଡିଆ ଆରୋଜ୍‌ ଦଳରେ ଯୋଗ ଦେଇଥିଲେ। ଏହାପରେ ତାଙ୍କୁ ସିନିୟର ଆରୋଜ ଦଳରେ ସାମିଲ କରାଯାଇଥିଲା। ସେ କ୍ରମାଗତ ଭଲ ପ୍ରଦର୍ଶନ କରିଥିଲେ। ଗତବର୍ଷ ସେ ୨୦ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପ୍‌ରେ ଭାରତ ପକ୍ଷରୁ ଖେଳିଥିଲେ। କେବଳ ସେତିକି ନୁହେଁ ନେପାଳ ବିପକ୍ଷରେ ଏକ ଗୋଲ ଦେଇ ଭାରତ ବିଜୟରେ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଟଙ୍କଧରଙ୍କୁ ପ୍ରଥମ କିଛି ମାସ ସିଷ୍ଟମ ସହିତ ଅଭ୍ୟସ୍ତ ହେବାକୁ ସମୟ ଦିଆଯିବ। ଏହାପରେ ଓଡ଼ିଶା ଏଫ୍‌ସି ରିଜର୍ଭ ଦଳରେ ସାମିଲ କରାଯିବ। ୨୦୨୩-୨୪ ପ୍ରି-ସିଜନରେ ସେ ମୁଖ୍ୟ ଦଳରେ ଯୋଗଦେବେ। ପ୍ରତିଭାସମ୍ପନ୍ନ ଓଡ଼ିଆ ଖେଳାଳିଙ୍କୁ ଓଡ଼ିଶା ଏଫ୍‌ସିରେ ସାମିଲ କରାଯିବାର ଏହା ଅଂଶବିଶେଷ ବୋଲି ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?