Posted inଖେଳ

ଓଡ଼ିଶା ଏଫସିର ଚତୁର୍ଥ ପରାଜୟ

ବାମ୍ବୋଲିମ୍‌, ୧୨।୧୨-
ଚଳିତ ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସିର ପରାଜୟ ଧାରା ଜାରି ରହିଛି। ଭୁବନେଶ୍ୱର ଭିତ୍ତିକ ଏହି ଦଳ ଖେଳିଥିବା ୫ ମ୍ୟାଚରୁ ଶନିବାର ୪ର୍ଥ ପରାଜୟ ବରଣ କରିଛି। ଅନ୍ୟପକ୍ଷରେ ଇଗର ଆଙ୍ଗୁଲାଙ୍କ ଗୋଲ ବଳରେ ଏଫସି ଗୋଆ ୧-୦ ଗୋଲରେ ବିଜୟୀ ହୋଇ ପଏଣ୍ଟ ତାଲିକାର ୪ର୍ଥ ସ୍ଥାନକୁ ଉନ୍ନୀତ ହୋଇଛି। ଗୋଆ ୫ ମ୍ୟାଚରୁ ୨ ବିଜୟ, ୨ ଡ୍ର ଓ ୧ ପରାଜୟ ସହ ୮ ପଏଣ୍ଟ ପାଇଛି। ପ୍ରଥମାର୍ଦ୍ଧ ଇଞ୍ଜୁରି ଟାଇମ୍‌ ଅର୍ଥାତ୍‌ ମ୍ୟାଚର ୪୫ତମ ମିନିଟରେ ଆଙ୍ଗୁଲା ସ୍କୋର କରିଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ଚଳିତ ଲିଗ୍‌ରେ ଏହାଥିଲା ତାଙ୍କର ୫ମ ଗୋଲ। ସୁଯୋଗର ସଦ୍‌ବ୍ୟବହାର କରି ନ ପାରିବା ଓଡ଼ିଶା ଦଳପାଇଁ ମହଙ୍ଗା ପଡ଼ିଛି। ହାଇଦ୍ରାବାଦ ଏଫସି ନିକଟରୁ ପରାଜୟ ସହ ଅଭିଯାନ ଆରମ୍ଭ କରିଥିବା ଓଡ଼ିଶା ଏଫସି ଜାମସେଦପୁର ବିପକ୍ଷ ପରବର୍ତ୍ତୀ ମ୍ୟାଚକୁ ଡ୍ର ରଖିବାରେ ସକ୍ଷମ ହୋଇଥିଲା। ମାତ୍ର ପରବର୍ତ୍ତୀ ୩ଟି ମ୍ୟାଚରେ ଏଟିକେ ମୋହନ ବାଗାନ, ମୁମ୍ବାଇ ସିଟି ଏଫସି ଓ ଗୋଆ ନିକଟରୁ ହାରି ପରାଜୟରେ ଅଲୋଡ଼ା ହ୍ୟାଟ୍ରିକ ଅର୍ଜନ କରିଛି। ଦଳ ମାତ୍ର ୧ ପଏଣ୍ଟ ପାଇ ଟେବୁଲର ୧୦ମ ସ୍ଥାନରେ ପଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri