ଓଡ଼ିଶା ଅଗ୍ନିଶମ ସେବା ନିୟମାବଳୀ ୨୦୨୧ ସଂଶୋଧନ, ୩ ଗୁଣ ବଦଳରେ ୭ ଗୁଣ ପ୍ରାର୍ଥୀ ଦେବେ ଶାରୀରିକ ପରୀକ୍ଷା

ନୂଆଦିଲ୍ଲୀ,୩୦।୧୨: ଓଡ଼ିଶା ଅଗ୍ନିଶମ ଓ ଜରୁରିକାଳୀନ ସେବା ପାଇଁ ନିୟମାବଳୀ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ବିଭିନ୍ନ ବିପତ୍ତିକାଳୀନ ପରିସ୍ଥିତିରେ ଅଗ୍ନିଶମ ଓ ଜରୁରିକାଳୀନ ସେବା ଉତ୍ସର୍ଗୀକୃତ ଓ ତତ୍ପର ସେବା ପ୍ରଦାନ କରିଥାଏ । ଏହି ସେବା ପ୍ରଦାନ ନିମନ୍ତେ ସୁସ୍ଥତା ଥିବା ପ୍ରାର୍ଥୀମାନଙ୍କର ଆବଶ୍ୟକ ହୋଇଥାଏ ।

ତେବେ ନିକଟରେ ଆଗ୍ନିକ ଓ ଆଶ୍ଵିକ ଗାଡିଚାଳକ ଚୟନ ପାଇଁ ହେଉଥିବା ଲିଖିତ ପରୀକ୍ଷାରେ ଅଧିକ ନମ୍ବର ରଖୁଥିବା ପ୍ରାର୍ଥୀମାନେ ଶାରୀରିକ ମାନଦଣ୍ଡ ଓ ଦକ୍ଷତା ପରୀକ୍ଷାରେ ଯୋଗ୍ୟତା ହାସଲ କରି ପାରୁ ନ ଥିବାର ଦେଖିବାକୁ ମିଳିଥିଲା। ଫଳରେ, ବିଜ୍ଞାପନ ଅନୁଯାୟୀ ଖାଲି ପଦବୀଗୁଡିକ ପୂରଣ ହୋଇପାରିନାହିଁ।

ତେଣୁ ବିଜ୍ଞାପନରେ ଉଲ୍ଲେଖ ଥିବା ଖାଲି ପଦବୀଗୁଡିକୁ ପୂରଣ କରିବା ପାଇଁ ଓଡିଶା ଅଗ୍ନିଶମ ସେବା (“ଗ” ବର୍ଗ ଅଧିକାରୀମାନଙ୍କ ନିଯୁକ୍ତି ଓ ଚାକିରୀ ସର୍ଭ) ନିୟମାବଳୀ, ୨୦୨୧ର ନିୟମ ୧୨ (୩)ରେ ଥିବା ନିୟମକୁ ସଂଶୋଧନ କରି ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନଙ୍କ ମଧ୍ୟରୁ ବର୍ଗ ଭିଭିକ ସ୍ତରରେ ଖାଲି ଥିବା ପଦବୀ ସଂଖ୍ୟାର ୩ ଗୁଣ ବଦଳରେ ୭ ଗୁଣ ପ୍ରାର୍ଥୀଙ୍କୁ ଶାରିରୀକ ମାନଦଣ୍ଡ ଓ ଦକ୍ଷତା ପରୀକ୍ଷା ନିମନ୍ତେ ଡକାଯିବା ପାଇଁ ବିଚାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri