୨୧ରେ ଓଡ଼ିଶା ଫୁଡ୍‌ ପ୍ରୋ-୨୦୨୨

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପକୁ ଅଧିକ କ୍ରିୟାଶୀଳ କରିବାକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହଯୋଗରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବିଭାଗ ପକ୍ଷରୁ ଜୁଲାଇ ୨୧ ତାରିଖରେ ଭୁବନେଶ୍ୱରଠାରେ ଓଡ଼ିଶା ଫୁଡ୍‌ ପ୍ରୋ-୨୦୨୨ ଆୟୋଜନ ହେବ। ଏଥିରେ ପୁଞ୍ଜି ନିବେଶକ, ଉତ୍ପାଦକ, ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗୀ, ଷ୍ଟାର୍ଟଅପ୍‌ ତଥା ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଜଡ଼ିତ ଥିବା ବିଭିନ୍ନ ଗୋଷ୍ଠୀ ସାମିଲ ହେବେ। ରାଜ୍ୟର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ନୂତନ ବୈଷୟିକ ଜ୍ଞାନ କୌଶଳ, ଦକ୍ଷତା ଓ ଅଧିକ ପୁଞ୍ଜି ଯୋଗାଇବା ତଥା ଏଥିସହ ଜଡ଼ିତ ସ୍ବୟଂ ସହାୟକ ଗୋଷ୍ଠୀ, ସମବାୟ ସଂସ୍ଥା, କୃଷକ ଉତ୍ପାଦନ ସଂଗଠନ ଓ ଏକକ ଉଦ୍ୟୋଗଗୁଡ଼ିକୁ ମୁଖ୍ୟସ୍ରୋତରେ ସାମିଲ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ରାଜ୍ୟକୁ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ପାଇଁ ପୁଞ୍ଜି ନିବେଶକମାନଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ଉଦ୍ୟମ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ସୋମବାର ଏମ୍‌ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରାକ୍‌ ସୂଚନା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହାକୁ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଫୁଡ୍‌ ପ୍ରୋ-୨୦୨୨ର ଏକ ଭିଡିଓର ଶୁଭାରମ୍ଭ କରି ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ସରକାରଙ୍କ ନୀରବଚ୍ଛିନ୍ନ ଉଦ୍ୟମ ଉପରେ ଆଲୋକପାତ କରିଛନ୍ତି। ଏହି କାର୍ଯ୍ୟକ୍ରମ ଦ୍ୱାରା ବିଭିନ୍ନ ଦିଗରୁ ଅଧିକ ପୁଞ୍ଜି ନିବେଶର ଆଗମନ ହୋଇପାରିବ। ଏହାଦ୍ୱାରା ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ସ୍ବାଗତ ଭାଷଣ ଦେଇ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା କହିଛନ୍ତି ଯେ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାକୁ ଏକ ଆକର୍ଷକ ଖାଦ୍ୟ ପ୍ରକ୍ରିୟାକରଣ ହବ୍‌ ଭାବେ ଗଢ଼ିତୋଳିବା ସକାଶେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।
ଏହି ଅବସରରେ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗ, ପ୍ରତିଷ୍ଠିତ ଶିଳ୍ପ ଉଦ୍ୟୋଗ, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ପାଇଁ ଏକ ସ୍ବତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କୃଷି ଉତ୍ପାଦନ କମିଶନର ସଞ୍ଜୀବ ଚୋପ୍ରା, ଷ୍ଟାର୍ଟଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ସଭାପତି ଓମ୍‌କାର ରାୟ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦିକ ଆଲମ, ଇପିକଲ ଏମ୍‌ଡି ଭୂପିନ୍ଦର ସିଂ ପୁନିଆ, ଆପିକଲ ଏମ୍‌ଡି ପ୍ରଭାତ କୁମାର ରାଉଳ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri