ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ କନ୍‌କ୍ଲେଭ ଉଦ୍‌ଯାପିତ

ଭୁବନେଶ୍ୱର,୬।୯:  କେନ୍ଦ୍ର ସରକାରଙ୍କ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟ ( ଏମ୍‌ଓଏଫ୍‌ପିଆଇ) ଏବଂ ପିଏଚ୍‌ଡି ଚାମ୍ବର ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରିର ମିଳିତ ସହଯୋଗରେ ଆୟୋଜିତ ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ କନ୍‌କ୍ଲେଭ ଆଣ୍ଡ ଇଣ୍ଡଷ୍ଟ୍ରି ମିଟ୍‌ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି ୨ ଦିନିଆ ସମ୍ମିଳନୀରେ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍‌ଗୁଡିକ ଦ୍ୱାରା ଏକ ସ୍ବତନ୍ତ୍ର ପ୍ରଦର୍ଶନୀ କରାଯାଇଥିଲା। ଉକ୍ତ କନ୍‌କ୍ଲେଭରେ ୨୮ଟି ଶିଳ୍ପର ଶିଳ୍ପ ପ୍ରତିନିଧି ଓ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ କନ୍‌କ୍ଲେଭର ୨ ଦିନରେ ଖାଦ୍ୟ ପ୍ରକ୍ରିୟାକରଣର ବିଭିନ୍ନ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ବିସ୍ତୃତ ଆଲୋଚନା ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିଲା। ବିଶେଷକରି ଖାଦ୍ୟ ପ୍ରକ୍ରିୟାକରଣ ବ୍ୟବସାୟ ସାଙ୍ଗକୁ ପୁଞ୍ଜିନିବେଶ ଓ ବିନିଯୋଗ, ଯୋଜନା ଏବଂ ପ୍ରୋତ୍ସାହନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ବିଚାରବିମର୍ଶ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜୟଶ୍ରୀ ମହାନ୍ତି, ତାପସ ଚନ୍ଦ୍ର ରାୟ, ନଗେଶ ବାରିକ, ଓମ୍‌କାର ରାଏ, ସୁଶାନ୍ତ କୁମାର ପଣ୍ଡା, ଗୌତମ ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜ ନିଜର ମତ ଉପସ୍ଥାପନ କରିଥିଲେ। ସେହିପରି କନ୍‌କ୍ଲେଭର ଉଦ୍‌ଘାଟନୀରେ ଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରସ୍ତାବ ସହ ୨ଟି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଓଡ଼ିଶା ପ୍ରଦେଶର ବିଭିନ୍ନ ଦିଗ ଓ ବ୍ୟବସାୟିକ କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପରିଶେଷରେ ପିଏଚ୍‌ଡିସିସିଆଇର ଆବାସିକ ନିର୍ଦ୍ଦେଶକ ପ୍ରଣବ ସିଂହ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?