ଫୁଟସାଲ ଦଳର ଜର୍ସି ଉନ୍ମୋଚିତ

ଟିଟିଲାଗଡ଼,୨୨ା୮(ଡି.ଏନ.ଏ.): ମହାରାଷ୍ଟ୍ରର ନାସିକସ୍ଥିତ ଡିଭିଜିନାଲ ସ୍ପୋଟର୍‌ସ କମ୍ପ୍ଲେକ୍ସ ପରିସରରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ଇନ୍‌ଡୋର ୟୁରୋପିଆନ ଗେମ୍‌ର ପଞ୍ଚମ ଫୁଟସାଲ ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଓଡିଶାରୁ ୧୨ଜଣିଆ ଦଳ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ସୋମବାର ଟିଟିଲାଗଡ଼ ଓମଭେଲି ସ୍କୁଲ ପରିସରସ୍ଥ ସଭାଗୃହରେ ସ୍କୁଲ ପରିଚାଳିକା ବିଭା ଗୁପ୍ତା ଜର୍ସି ଉନ୍ମୋଚନ କରି ଖେଳାଳିମାନଙ୍କୁ ଉତ୍ସାହିତ କରିଛନ୍ତି। ଚାମ୍ପିୟନଶିପରେ ଓଡିଶା ଦଳରୁ ପ୍ରତିନିଧିତ୍ୱ କରିବାକୁ ଯାଉଥିବା ଖେଳାଳିମାନେ ହେଲେ ଅମନ ବଗର୍ର୍ତ୍ତିି, ଅରମାନ ମିତ୍ତଲ, କୌଶିକ ଜାଲ, ଦେବତୋଷ ବଗର୍ତ୍ତି, ଖ୍ରୀଷ୍ଟ ଆଦା, ରୋହିତ ମୁଣ୍ଡା, ଭୂପେନ୍ଦୁ ରଣା, ଦେବାଶିଷ ମୁଣ୍ଡା, ସାହିଲ ସାହୁ, ସଞ୍ଚତ୍ତ ନାଗ, କିସମତ ବେହେରା ଓ ମହେଶ ଖରସେଲ। ଫୁଟସାଲ ଆସୋସିଏଶନ ଅଫ୍‌ ଓଡ଼ିଶା ସମ୍ପାଦକ ଡାନିଏଲ ବାରିକ, ଟିମ୍‌ ମ୍ୟାନେଜର ଦାମ କବାଟ ପ୍ରମୁଖ ଆସନ୍ତା ୨୪ ତାରିଖରେ ନାସିକ ଅଭିମୁଖେ ବାହାରିବେ। ଫୁଟସାଲ ଖେଳାଳିମାନଙ୍କୁ ଉତ୍ସାହିତ କରିବା ପାଇଁ ଓମ ଭେଲି ପବ୍ଲିକ ସ୍କୁଲ ତରଫରୁ ଅଧ୍ୟକ୍ଷ ଏମ. ପି. ମିଶ୍ର, ନିର୍ଦ୍ଦେଶକ ବଦ୍ରିନାଥ ମିଶ୍ର, କ୍ରୀଡାବିତ ତଥା କରାଟେ ପ୍ରଶିକ୍ଷକ ସେନସୁଇ ସୁରେଶ ଜାଲ, କ୍ରୀଡା ପ୍ରଶିକ୍ଷକ ଡାନିଏଲ ବାରିକ, ବବଳୀ ବର୍ମନ, କରାଟେ ମାଷ୍ଟର ଶ୍ରଦ୍ଧାଞ୍ଜଳି ଜାଲ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ବିଦ୍ୟାଳୟ ମାନବ ସମ୍ବଳ ଅଧିକାରୀ ଶାଶ୍ୱତିକା ଯୋଶୀ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?