ଲଗାଣ ବର୍ଷା ସତ୍ତ୍ୱେ ପିଚୁ ଢ଼ାଳି ଚାଲିଛି ରାସ୍ତା କାମ, ବିରୋଧ କରିବାରୁ ନାଲିଆଖି ଦେଖାଇଲେ ଠିକାଦାର

ପାରଳାଖେମୁଣ୍ଡି,୨୭।୫(ଗିରିଧାରୀ ପରିଛା): ଗଜପତି ପୂର୍ତ୍ତ ବିଭାଗର ଯନ୍ତ୍ରୀ, ଠିକାଦାର, କର୍ମଚାରୀ ଆଦିଙ୍କ କାମ ଉପରେ କୌଣସି ପ୍ରକାରର ଲଗାମ ନାହିଁ । ଯାହାର ସଦ୍ୟ ଚିତ୍ର ଦେଖିବାକୁ ମିଳିଛି ପିଚୁ ରାସ୍ତା ତିଆରିରେ ହେଉଥିବା ବ୍ୟାପକ ଅନିୟମିତତାରେ।

ସୂଚନାନୁଯାୟୀ, ଜିଲାରେ ରାସ୍ତା ପ୍ରଶସ୍ତିକରଣ ନିମନ୍ତେ ପାରଳାଖେମୁଣ୍ଡି ସହରର ଉପକଣ୍ଠ ରାମସାଗର ଛକଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପିଚୁ ରାସ୍ତା କାମ ଚାଲିଛି। ହେଲେ ସମ୍ପୃକ୍ତ ରାସ୍ତାର ଠିକାଦାର ମନମୁଖୀ ରାସ୍ତା କାମ କରୁଥିବା ଦେଖାଯାଇଛି। କାରଣ ମଙ୍ଗଳବାର ସନ୍ଧ୍ୟାରେ ବର୍ଷା ହେଉଥିବା ସତ୍ତ୍ୱେ ରାମ ସାଗର ଛକ ନିକଟ ବନ ବିଭାଗର କାର୍ଯ୍ୟାଳୟ ନିକଟରେ ରାସ୍ତା କାମ କରାଯାଉଥିବା ନଜର ଆସିଛି। ପିଚୁ ଢାଳି ଠିକାଦାର ଜବରଦସ୍ତ କାମ କରି ଚାଲିଥିଲେ। ଏଭଳି ରାସ୍ତାକାମକୁ ସ୍ଥାନୀୟ ଲୋକେ ବିରୋଧ କରିବାରୁ ଠିକାଦାର ନାଲିଆଖି ଦେଖାଇଥିଲେ। ତେବେ ଅପରାହ୍ନ ୨ଟାରୁ ଲଗାତାର ପାରଳାଖେମୁଣ୍ଡିରେ ମୁଷଳ ଧାରାରେ ବର୍ଷା ଲାଗି ରହିଛି। ଏଭଳି ସ୍ଥିତିରେ ଯଦି ପିଚୁ ପକାଇ କାମ କରାଯାଏ ତେବେ ରାସ୍ତାର ସ୍ଥାୟିତ୍ୱ କିଭଳି ହେବ ତାହା ସହଜେ ଅନୁମେୟ। ଏନେଇ ବିଭାଗୀୟ ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ ହେଁ ସେମାନେ କୌଣସି ଜବାବ ରଖି ନ ଥିଲେ। ତେବେ ଏଠାରେ ଲୋକଙ୍କ ଅର୍ଥକୁ କିଭଳି ଅସାଧୁ ଠିକାଦାର ଯନ୍ତ୍ରୀ ଓ କର୍ମଚାରୀ ଆତ୍ମସାତ କରୁଛନ୍ତି ତାହା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri