ବାହୁନି ବାହୁନି ପୁଅକୁ ଝୁରୁଛନ୍ତି ମା’ବାପା, କାନ୍ଦବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ; ଆଖି ବୁଜିଲେ କାର୍‌ ଧକ୍କାରେ…

ଦିଗପହଣ୍ଡି,୧୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ଖେମୁଣ୍ଡି କାଳୁଆ ଛକଠାରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ଏକ ଦ୍ରୁତଗାମୀ କାର ଧକ୍କାରେ ସିଦ୍ଧେଶ୍ୱର ପଞ୍ଚାୟତ ଗୋପାଳପୁର ଗ୍ରାମର ବାଇକ ଚାଳକ ଜଗନ କୁମାର ସ୍ବାଇଁ(୨୩) ଗୁରୁତର ଆହାତ ହୋଇଥିଲେ। ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ସକାଳେ ମୃତ୍ୟୁ ଖବର ପ୍ରଚାରିତ ପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିଲା । ଅପରାହ୍ନରେ ମୃତଦେହ ଗ୍ରାମରେ ପହଞ୍ଚିବା ପରେ ପରିବାର ଓ ସାହି ପଡୋଶୀଙ୍କ କାନ୍ଦରେ ଗାଁ ଦାଣ୍ଡ ଫାଟି ପଡିଥିଲା । ଉଦୟନାଥ ସ୍ବାଇଁ ଓ ସୁଦଷ୍ଣା ସ୍ବାଇଁଙ୍କ ଏକମାତ୍ର ପୁଅ ଜଗନ ଜଣେ ଅନଲାଇନ ସାମଗ୍ରୀ ଡେଲିଭେରି ବୟ ଭାବେ କାମ କରି ପରିବାର ପୋଷଣ କରୁଥିବା ବେଳେ ରୋଜଗାରିଆ ପୁଅକୁ ହରାଇ ଦୁଃଖରେ ଭାଙ୍ଗି ପଡ଼ଛନ୍ତି। ମା’ ବାପା ବାହୁନି ବାହୁନି ପୁଅକୁ ଝୁରୁଛନ୍ତି । ସାରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି । ଜଗନଙ୍କ ମାମୁ ଦିଗପହଣ୍ଡି ଥାନାରେ ପହଞ୍ଚି କାର୍‌ ଚାଳକଙ୍କ ବିରୁଦ୍ଧରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଥାନା ମାମଲା ନଂ. ୨୯୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିବା ବେଳେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖାଯାଇଥିବା ଥାନା ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri