ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାଛଡ଼ା ତାଙ୍କୁ ସାଧାରଣ ପ୍ରଶାସନିକ ବିଭାଗର ସଚିବ ଦାୟିତ୍ୱ ମଧ୍ୟ ମିଳିଛି।

ଆହୁଜା ହରିୟାଣାର ମୂଳ ବାସିନ୍ଦା। ୨୦୧୭ରୁ ସେ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିଲେ। ଏବେ ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ତାଙ୍କୁ ମୂଳ କ୍ୟାଡର୍‌ ଓଡ଼ିଶାକୁ ପଠାଇ ଦିଆଯାଇଛି। ଦୀର୍ଘ ୩୯ ବର୍ଷ ପରେ ଜଣେ ଅଣ ଓଡ଼ିଆ ଆଇଏଏସ୍‌ ଅଫିସର ରାଜ୍ୟର ମୁଖ୍ୟ ସଚିବ ହେବାକୁ ଯାଉଛନ୍ତି।

ଆହୁଜା ପୂର୍ବରୁ କେନ୍ଦ୍ରର କୃଷି ସଚିବ ଦାୟିତ୍ୱରେ ଥିଲେ। ଏହାପୂର୍ବରୁ ସେ ଲାଲ ବାହାଦୁର ଶାସ୍ତ୍ରୀ ରାଷ୍ଟ୍ରୀୟ ପ୍ରଶାସନିକ ଏକାଡେମୀ(ଏଲବିଏସ୍‌ଏନ୍‌ଏଏ)ର ସ୍ବତନ୍ତ୍ର ନିର୍ଦ୍ଦେଶକ ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଅଧ୍ୟକ୍ଷ ଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ସେ ତୁଲାଇଛନ୍ତି।

ଓଡ଼ିଶା ସରକାରରେ ଆହୁଜା ଇସ୍ପାତ ଓ ଖଣି ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ଏବେ ତାଙ୍କୁ କେନ୍ଦ୍ର ଡେପୁଟେଶନରୁ ଫେରାଇ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବା ପଛରେ ଅନେକ କାରଣ ରହିଛି। କାରଣ ନୂଆ ଭାଜପା ସରକାରରେ ଅଧିକାଂଶ ମନ୍ତ୍ରୀଙ୍କ ପାଖରେ ବିଭାଗକୁ ସମ୍ଭାଳିବାର ଅନୁଭବ ନାହିଁ।

କେବଳ ଏତିକି ନୁହେଁ ଆହୁଜାଙ୍କ ଭୂମିକା ଭାଜପାର ନିର୍ବାଚନୀ ପ୍ରତିଶ୍ରୁତିର ସଫଳ ରୂପାୟନ ମାମଲାରେ ମହତ୍ୱପୂର୍ଣ୍ଣ ରହିବ। ମୋହନ ମାଝି ସରକାରରେ ବିଭିନ୍ନ ବିଭାଗରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଏବଂ ଜିଲାପାଳଙ୍କ ନିଯୁକ୍ତିରେ ମଧ୍ୟ ସେ ପ୍ରମୁଖ ଭୂମିକା ତୁଲାଇବେ। ମୁଖ୍ୟମନ୍ତ୍ରୀ ଏବେ ଯାଏ ନିଜ ଟିମ୍‌ ଚୟନ କରିନାହାନ୍ତି, ଏଣୁ ଆହୁଜା ମୁଖ୍ୟ ଶାସନ ସଚିବ ଭାବେ ସାମିଲ ହେବା ପରେ ନିଯୁକ୍ତି ବଢ଼ିବାର ଆଶା ରହିଛି।

ନୂଆ ସରକାର ଏଯାବତ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟ କରିବା ଆରମ୍ଭ କରିନାହାନ୍ତି। ଏବେ ଯାଏ ବିଜେଡି ସରକାରରେ ଚାଲୁଥିବା ସମସ୍ତ ଯୋଜନା ଜାରି ରହିବ ନା ବନ୍ଦ କରାଯିବ ସେନେଇ ସ୍ପଷ୍ଟ ନିଷ୍ପତ୍ତି ନିଆଯାଇନାହିଁ। ଏଣୁ ଏ ସମସ୍ତ ମାମଲାରେ ଆହୁଜାଙ୍କ ପରାମର୍ଶ ଗୁରୁତ୍ୱପୂର୍ଣ୍ଣ ରହିବ। ତେବେ ଭାଜପାର କେନ୍ଦ୍ରୀୟ ନେତୃତ୍ୱର ପରାମର୍ଶକ୍ରମେ ଓଡ଼ିଶା ସରକାର ଆହୁଜାଙ୍କ ନିଯୁକ୍ତି ଲାଗି କେନ୍ଦ୍ରକୁ ଚିଠି ଲେଖିଥିବା ରିପୋର୍ଟରେ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri