Posted inଖେଳ

ଓଡ଼ିଶା ବାଳିକା ଖୋ ଖୋ ଦଳକୁ ସ୍ବର୍ଣ୍ଣ, ବାଳକଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଓଡ଼ିଶାର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ଖୋ ଖୋ ଇଭେଣ୍ଟରେ ଓଡ଼ିଶା ବାଳିକା ଦଳ ସ୍ବର୍ଣ୍ଣ ଏବଂ ବାଳକ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଓଡ଼ିଶା ବାଳିକା ଦଳ ଫାଇନାଲରେ ମହାରାଷ୍ଟ୍ରକୁ ୩୨-୨୬ରେ ପରାସ୍ତ କରିଛି। ଅନ୍ୟପକ୍ଷରେ ବାଳକ ଦଳ ବ୍ରୋଞ୍ଜ ପଦକ ମ୍ୟାଚରେ ପଶ୍ଚିମବଙ୍ଗକୁ ୧୪-୧୨ରେ ପରାସ୍ତ କରିଛି। ପ୍ରଥମଥର ପାଇଁ ୟୁଥ୍‌ ଗେମ୍ସରେ ସାମିଲ ହୋଇଥିବା କାୟାକିଂ ଓ କାନୋଇଂ ଇଭେଣ୍ଟରେ ମଧ୍ୟ ଓଡ଼ିଶା ପ୍ରଭାବୀ ପ୍ରଦର୍ଶନ କରି ୧୧ଟି ପଦକ ହାସଲ କରିଥିଲା। ”ଖୋ ଖୋରେ ଆମ ପିଲାମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏଥିପାଇଁ ଖେଳାଳିଙ୍କ ସହ କୋଚ୍‌ଙ୍କୁ ମଧ୍ୟ ଶ୍ରେୟ ଦେବାକୁ ପଡ଼ିବ। ଉତ୍ତମ କୋଚ୍‌ ଥିବାରୁ ରାଜ୍ୟ ଦଳ ପଦକ ଜିତିବା ସମ୍ଭବ ହୋଇପାରୁଛି“ ବୋଲି ଓଡ଼ିଶା ଖୋ ଖୋ ଦଳର ମ୍ୟାନେଜର ଶାନ୍ତିଲତା ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri