Posted inଖେଳ

ଟିମ୍‌ ଇଭେଣ୍ଟରେ ଓଡ଼ିଶା ବାଳିକା ରନରଅପ୍‌

ଭୁବନେଶ୍ୱର,୩୧ା୧(ସ୍ପୋଟର୍‌ସ ବ୍ୟୁରୋ): ଟାଏକୋଣ୍ଡୋ ଫେଡେରେଶନ ଅଫ ଇଣ୍ଡିଆ ଓ ଉତ୍ତର ପ୍ରଦେଶ ଟାଏକୋଣ୍ଡା ସଙ୍ଘ ମିଳିତ ଆନୁକୂଲ୍ୟରେ ଜାନୁଆରୀ ୨୭ରୁ ୨୯ ତାରିଖ ପର୍ଯନ୍ତ ଉତ୍ତର ପ୍ରଦେଶର ବରେଲିଠାରେ ୩୯ ତମ ଜାତୀୟ ଜୁନିଅର କିରୋଗୀ ଓ ୧୨ତମ ଜାତୀୟ ପୁମସି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଓଡିଶା ଟାଏକୋଣ୍ଡୋ ସଙ୍ଘ ତରଫରୁ ୩୧ ଜଣିଆ ଦଳ ଏଥିରେ ଅଂଶଗ୍ରହଣ କରିଥିଲେ। କିରୋଗୀର ଟିମ୍‌ ଇଭେଣ୍ଟରେ ବାଳିକା ଦଳ ରନରଅପ୍‌ ହୋଇଥିବା ବେଳେ ପୁମସିରେ ବାଳକ ଦଳ ରନରଅପ୍‌ ରହିଛି। କିରୋଗୀ ଇଭେଣ୍ଟର ବାଳିକା ବର୍ଗରେ ସୁମନ ସୁଆର ଓ ଅପୂର୍ବା ଆର୍ଯ୍ୟ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଅନ୍ୟପକ୍ଷରେ ବାଳକ ବର୍ଗରେ ପିୟୁଷ ପ୍ରସାଦ ଷଡ଼ଙ୍ଗୀ ଓ ବାଳିକା ବର୍ଗରେ ପ୍ରିୟଙ୍କା ବଡ଼ଜେନା ଓ ସ୍ବପ୍ନା ଭୋଇ ବ୍ରୋଞ୍ଜ ପଦକ ଜିତିଥିଲେ।
ପୁମସି ଇଭେଣ୍ଟରେ ବ୍ୟକ୍ତିଗତ ବିଭାଗରେ ଜଗବନ୍ଧୁ ସାହୁ ଓଅଙ୍କିତା ପାତ୍ର ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଯୁଗଳ ବିଭାଗରେ ସୋମ୍ୟ ପ୍ରତାପ ନାୟକ ଓ ଅଙ୍କିତା ପାତ୍ର ରୌପ୍ୟ ପଦକ ହାସଲ କରିଥିଲେ। ବାଳକ ଦଳରେ ଜଗବନ୍ଧୁ ସାହୁ, ଚାରସନ ମହାପାତ୍ର, ବି.ଗୌରଭ ରୌପ୍ୟ ପଦକ ହାସଲ କରିଥିଲେ। ଅନ୍ୟପକ୍ଷରେ ବାଳିକା ଦଳ ପକ୍ଷରୁ ସୁନୟନା ମେହେର, ମନୀଷା ସାହୁ ଓ ସୁଲଗ୍ନା ମିଶ୍ର ସ୍ବର୍ଣ୍ଣ ପଦକ ଜିତିଥିଲେ। ଓଡିଶା ଟାଏକୋଣ୍ଡୋ ସଙ୍ଘର ସାଧାରଣ ସମ୍ପାଦକ ମନମୋହନ ଭଞ୍ଜଙ୍କ ତରଫରୁ ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ଦଶ ହଜାର, ରୌପ୍ୟ ପଦକ ବିଜେତାଙ୍କୁ ସାତ ହଜାର ଟଙ୍କା ଓ ବ୍ରୋଞ୍ଜ ପଦକ ବିଜେତାକୁ ପାଞ୍ଚ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?