ଓଡ଼ିଶାକୁ ମିଳିଲା ୩୩୨୩ କୋଟି

ଭୁବନେଶ୍ୱର, ୧୨/୭(ବ୍ୟୁରୋ):କେନ୍ଦ୍ର ସରକାର ଜଳ ଜୀବନ ମିଶନ ଜରିଆରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ୨୦୨୦-୨୧ରେ ଏହି ଅନୁଦାନ ୮୧୨.୧୫ କୋଟି ଟଙ୍କା ଥିଲା। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ରାଜେନ୍ଦ୍ର ସିଂ ଶେଖାଓ୍ବତ ଓଡ଼ିଶାକୁ ୪ ଗୁଣ ଅଧିକ ଆର୍ଥିକ ଅନୁଦାନ ଯୋଗାଇ ଦେବା ନିମନ୍ତେ ଘୋଷଣା କରିଛନ୍ତି। ଏହାସହ ୨୦୨୪ ସୁଦ୍ଧା ରାଜ୍ୟର ସବୁ ଗ୍ରାମୀଣ ପରିବାରକୁ ଟ୍ୟାପ୍‌ ଯୋଗେ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ କେନ୍ଦ୍ର ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
୨୦୧୯ରେ ଜଳ ଜୀବନ ମିଶନ ଆରମ୍ଭ ହୋଇଥିଲା। ସେତେବେଳେ ଦେଶରେ ମୋଟ ୧୮.୯୩ କୋଟି ଗ୍ରାଣୀଣ ପରିବାର ମଧ୍ୟରୁ ମାତ୍ର ୧୭ ପ୍ରତିଶତ ଅର୍ଥାତ୍‌ ୩.୨୩ କୋଟି ପରିବାର ନିକଟରେ ଟ୍ୟାପ ଜଳ ଯୋଗାଣ ସୁବିଧା ରହିଥିଲା। ଗତ ୨୨ ମାସ ମଧ୍ୟରେ ଲକ୍‌ଡାଉନ ବାଧା ସତ୍ତ୍ୱେ ଜଳ ଜୀବନ ମିଶନକୁ ଦ୍ରୁତଗତିରେ କାର୍ଯ୍ୟକାରୀ କରାଯାଇ ୪.୫ କୋଟି ପରିବାରକୁ ଟ୍ୟାପ ପାଣି ସଂଯୋଗ କରାଯାଇଛି। ଫଳରେ ଜଳ ଯୋଗାଣର ପ୍ରସାର ୨୩.୫ ପ୍ରତିଶତକୁ ବୃଦ୍ଧି ଘଟିଛି। ଏବେ ସୁଦ୍ଧା ୪୦.୬ ପ୍ରତିଶତ ଗ୍ରାମୀଣ ପରିବାର ନିକଟରେ ଟ୍ୟାପ ଜଳ ସଂଯୋଗ ରହିଛି। ଓଡ଼ିଶା ସ୍ଥିତି ଦେଖିଲେ ୨୦୧୯ ଅଗଷ୍ଟ ୧୫ରେ ଏହି ମିଶନ ଆରମ୍ଭ ହେବା ସମୟରେ ରାଜ୍ୟରେ ମାତ୍ର ୩.୧୦ ଲକ୍ଷ ପରିବାର ନିକଟରେ ଟ୍ୟାପ ଜଳ ସଂଯୋଗ ରହିଥିଲା। ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୨୨.୮୪ ଲକ୍ଷ ପରିବାରକୁ ଟ୍ୟାପ ସଂଯୋଗ କରାଯାଇଛି। ୨୦୨୧-୨୨ରେ ରାଜ୍ୟ ୨୧.୩୧ ଲକ୍ଷ ପରିବାରକୁ ଟ୍ୟାପ ପାଣି ସଂଯୋଗ ଦେବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ୨୦୨୨-୨୩ରେ ୨୨.୫୩ ଲକ୍ଷ ଏବଂ ୨୦୨୩-୨୪ରେ ୧୮.୮୭ ଲକ୍ଷ ପରିବାରକୁ ଏଥିରେ ଯୋଡିବାର ଲକ୍ଷ୍ୟ ରହିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି କେନ୍ଦ୍ରମନ୍ତ୍ରୀ ଶେଖାଓ୍ବତ କହିଛନ୍ତି, ରାଜ୍ୟର ସବୁ ଜିଲାରେ ଟ୍ୟାପ ସଂଯୋଗ କାମ ତୁରନ୍ତ ଆରମ୍ଭ କରାଯିବା ଉଚିତ୍‌। ଫଳରେ ମାର୍ଚ୍ଚ ୨୦୨୪ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ଟ୍ୟାପ ପାଣି ପହଞ୍ଚିବ। ଏ କ୍ଷେତ୍ରରେ କେନ୍ଦ୍ରୀୟ ଅନୁଦାନ ୪ ଗୁଣା ବୃଦ୍ଧି କରାଯାଇଛି। ବର୍ତ୍ତମାନ ରାଜ୍ୟ ଉପରେ ୧୦.୯୩ କୋଟି ଖର୍ଚ୍ଚ ନ ହୋଇ ପଡିରହିଛି। ଗ୍ରାମାଞ୍ଚଳରେ ଜଳ ଯୋଗାଣ ପରିଚାଳନା ଓ ସ୍ବଚ୍ଛତାରେ ସୁଧାର ଆଣିବା ଲାଗି ପଞ୍ଚଦଶ ଅର୍ଥ ଆୟୋଗ ସଂଯୁକ୍ତ ଅନୁଦାନ ଆକାରରେ ଓଡ଼ିଶାକୁ ୧୦୦୨ କୋଟି ଟଙ୍କା ଆବଣ୍ଟନ ହୋଇଥିଲା। ଏହି ଉତ୍ସରୁ ୨୦୨୫-୨୬ ପର୍ଯ୍ୟନ୍ତ ୫,୨୮୦ କୋଟି ଟଙ୍କାର ଏକ ସୁନିଶ୍ଚିତ ଅନୁଦାନ ରହିଛି। ବର୍ତ୍ତମାନ ରାଜ୍ୟର ୪୭,୪୧୨ ଗ୍ରାମ ମଧ୍ୟରୁ ମାତ୍ର ୧୧୮୪ ଗ୍ରାମରେ ଗ୍ରାମୀଣ ଜଳ ଓ ସ୍ବଚ୍ଛତା ସମିତି କିମ୍ବା ପାଣି ସମିତି ରହିଛି। ଏହି ଗୋଷ୍ଠୀଗୁଡିକର ଗ୍ରାମୀଣ ସ୍ତରରେ ଯୋଜନା, କାର୍ଯ୍ୟକାରିତା, ପାଞ୍ଚ ବର୍ଷିୟ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଜଳ ଯୋଗାଣ ବ୍ୟବସ୍ଥାର ପରିଚାଳନା ଓ ରକ୍ଷଣାବେକ୍ଷଣରେ ମଧ୍ୟ ଏମାନଙ୍କ ଭୂମିକା ରହିଛି। ଏମାନଙ୍କ ଜରିଆରେ ପଶ୍ଚିମ ଓଡ଼ିଶାରେ ସବୁ ପରିବାର ନିକଟରେ ସ୍ବଚ୍ଛ ଟ୍ୟାପ ଜଳ ଯୋଗାଣ ସୁନିଶ୍ଚିତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri