ନୂଆ ଯୋଜନା ଘୋଷଣା କଲେ ରାଜ୍ୟ ସରକାର: ପୁତ୍ର ସନ୍ତାନ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଜାଣନ୍ତୁ ଝିଅଙ୍କୁ କେତେ ?

ଭୁବନେଶ୍ୱର,୧୧।୨: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।

ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।

ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୩ ଦିନ କାଳବୈଶାଖୀ, ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ...

ନିଷ୍କ୍ରିୟ ମୋବାଇଲ ନମ୍ବରରେ ଏପ୍ରିଲ ୧ରୁ ମିଳିବନି ୟୁପିଆଇ ସେବା

ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ଆର୍ଥିକ ଠକେଇ ରୋକିବା ପାଇଁ ୟୁନିଫାଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କରେ ଲିଙ୍କ୍‌...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌...

ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri