ନୂଆ ଯୋଜନା ଘୋଷଣା କଲେ ରାଜ୍ୟ ସରକାର: ପୁତ୍ର ସନ୍ତାନ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଜାଣନ୍ତୁ ଝିଅଙ୍କୁ କେତେ ?

ଭୁବନେଶ୍ୱର,୧୧।୨: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।

ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।

ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?