ସାବଧାନ ସରକାରୀ କର୍ମଚାରୀ, ଏଣିକି ଅଫିସ୍‌ରେ…

ଭୁବନେଶ୍ୱର,୩୦।୭: ଆଉ ଚଳିବନି ମନମାନି । ଏଣିକି ସବୁକିଛି ନିୟମ ଅନୁସାରେ ଚାଲିବ । ଆଉ ସରକାରୀ ନିୟମକୁ ମାନିବା ବାଧ୍ୟତାମୂଳକ। ନିୟମ ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ। ସରକାରୀ ଚାକିରିଆଙ୍କୁ ଏପରି ଭାବେ ରୋକଠୋକ ଶୁଣାଇଦେଇଛନ୍ତି ନୂଆ ସରକାର ।

ଏଣିକି ଡ୍ୟୁଟି ସମୟରେ ଖିଲାପ କଲେ, ଆଉ ନିସ୍ତାର ନାହିଁ । ଅତି କମରେ ସାଢେ ୭ଘଣ୍ଟା କାମ କରିବାକୁ ପଡିବ । ଆଉ ୪ ଘଣ୍ଟାରୁ କମ ସମୟ ଅଫିସରେ କାମ କରିଥିଲେ ସେଦିନ ଅନୁପସ୍ଥିତ ବୋଲି ଧରାଯିବ । ସେହିପରି ୪ଘଣ୍ଟାରୁ ଅଧିକ ସାଢେ ୭ଘଣ୍ଟାରୁ କମ ହେଲେ ହାପ ଡେ’ ବୋଲି ଧରାଯିବ । ଆସିବା ଓ ଯିବା ସମୟ ବାୟୋମେଟ୍ରିକରେ ସୂଚିତ କରିବେ । ଅର୍ଥାତ କେତେବେଳେ ଅଫିସରୁ ବାହାରକୁ ଯିବେ, କେତେବେଳେ ଆସିବେ ସେ ସବୁ ବାୟୋମେଟ୍ରିକରେ ସୂଚିତ କରିବାକୁ ପଡିବ । ବାହାରିବା ସମୟ ସୂଚିତ ନ ଥିଲେ ଅନୁପସ୍ଥିତ ଧରାଯିବ ।

ଦିନ ୧୦ଟା ସୁଦ୍ଧା ଅଫିସରେ ଉପସ୍ଥିତ ରହିବେ କର୍ମଚାରୀ । ଅଫିସ ପହଞ୍ଚିବାକୁ ଅଧଘଣ୍ଟା କୋହଳ ମିଳିବ । ଏହା ସବୁବେଳେ ଲାଗୁ ହେବନି । କେବଳ ଜରୁରୀ ପରିସ୍ଥିତିରେ ମିଳିବ ଅଧଘଣ୍ଟା କୋହଳ । ଏନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯାହାକୁ ନେଇ ସବୁ ସରକାରୀ କର୍ମଚାରୀଙ୍କ ତତ୍ପରତା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri