ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବସ୍ ଯାତ୍ରାକୁ ଓଡ଼ିଶା ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର,୧୭।୯: ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ନିରବଚ୍ଛିନ୍ନ ଯାତାୟାତ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ବସ୍ ସେବା (ଏମବିଏସ) ଯୋଜନା ଅଧୀନରେ ‘ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବସ୍ ଯାତ୍ରା’କୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅଗଷ୍ଟ ୨୧, ୨୦୨୫ରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ, ସମସ୍ତ ସ୍କୂଲ ଛାତ୍ରଛାତ୍ରୀ ବୈଧ ଛାତ୍ର ପରିଚୟପତ୍ର କିମ୍ବା ସ୍କୂଲ ୟୁନିଫର୍ମ ଦେଖାଇ ମାଗଣା ବସ୍ ଯାତ୍ରା ସୁବିଧା ପାଇପାରିବେ।

ସରକାରୀ ସୂତ୍ର ଅନୁଯାୟୀ, ଓଡ଼ିଶା ରାଜ୍ୟ ପଥ ପରିବହନ ନିଗମ (ଓଏସଆରଟିସି) ଅଧିକରୁ ଅଧିକ ସ୍କୂଲକୁ ସାମିଲ କରିବା ପାଇଁ ବସ୍ ରୁଟ୍ ଓ ସମୟସାରଣୀ ପୁନର୍ବିନ୍ୟାସ କରିବ। ଜିଲା ଶିକ୍ଷା ଅଧିକାରୀମାନେ ଏହି ରୁଟ୍ ନିର୍ଣ୍ଣୟ ପାଇଁ ଆବଶ୍ୟକୀୟ ତଥ୍ୟ ଯୋଗାଇବେ। ବାଣିଜ୍ୟ ଓ ପରିବହନ ବିଭାଗ ଏହି ଉପକ୍ରମ ଯୋଗୁଁ ଓଏସଆରଟିସିର ରାଜସ୍ୱ ହାନି ପୂରଣ ପାଇଁ ଆର୍ଥିକ ବନ୍ଦୋବସ୍ତ କରିବ। ସମ୍ପୃକ୍ତ ବିଭାଗ ଓ ଅଧିକାରୀମାନଙ୍କୁ ଏହି ଯୋଜନାର ସୁଗମ ରୂପାୟନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri