କୋଟିଆ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଡ଼ିଶା ସରକାର: ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ/କଟକ ଅଫିସ୍‌, ୧୧।୨: କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ସରକାର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଉଭୟ ରାଜ୍ୟ ମଧ୍ୟରେ ଉପୁଜିଥିବା ସୀମା ବିବାଦକୁ ନେଇ ଓଡ଼ିଶା ସରକାର ଆନ୍ଧ୍ର ସରକାରଙ୍କ ବରୋଧରେ କରିଥିବା ମାମଲାର ବିଚାର କରି ସୁପ୍ରିମକୋର୍ଟ ୨।୧୨।୧୯୬୮ରେ ସ୍ଥିତାବସ୍ଥା ନିର୍ଦ୍ଦେଶ ଦେଇଥିଲେ। ଏପରି କି ୨୦୦୬ରେ ପୂର୍ଣ୍ଣାଙ୍ଗ ରାୟରେ ମଧ୍ୟ ସର୍ବୋଚ୍ଚ ଅଦାଲତ ପୁଣି ଥରେ ସ୍ଥିତାବସ୍ଥା ଜାରି କରିଥିଲେ। ହେଲେ ଆନ୍ଧ୍ର ସରକାର ଏହାକୁ ପାଳନ କରୁ ନାହାନ୍ତି। ତେଣୁ ଅଦାଲତ ଅବମାନନା ଅଭିଯୋଗରେ ଓଡ଼ିଶା ସରକାର ଏକ ପିଟିଶନ ସୁପ୍ରିମକୋର୍ଟରେ ଦାଖଲ କରିବା ସହ ଏହାର ତ୍ୱରିତ ଶୁଣାଣି ନିବେଦନ କରାଯାଇଛି। କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାକୁ ବିରୋଧ କରି ସୁପ୍ରିମକୋର୍ଟରେ ରିଟ୍‌ ଫାଇଲ କରିବା ନିମନ୍ତେ ଓଡ଼ିଶା ସରକାରଙ୍କ ଆଇନ ବିଭାଗ ପକ୍ଷରୁ ମଙ୍ଗଳବାର ଶିବଶଙ୍କର ମିଶ୍ରଙ୍କୁ ଆଡ୍‌ଭୋକେଟ ଅନ୍‌ ରେକର୍ଡ(ଏଓଆର୍‌) ନିଯୁକ୍ତ କରାଯାଇଥିଲା।
ଅପରପକ୍ଷରେ ଓଡ଼ିଶାର ସୀମାନ୍ତ କୋରାପୁଟ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗ୍ରାମ ତଳଗଞ୍ଜେଇପଦର, ଫଗୁଣ ସିନେରୀ ଓ ଫାଟୁସିନେରୀରେ ଆନ୍ଧ୍ର ପ୍ରଦେଶ ସରକାର ପଞ୍ଚାୟତ ନିର୍ବାଚନ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ୩ଗୋଟି ଗ୍ରାମକୁ ଆନ୍ଧ୍ରପ୍ରଦେଶ ସରକାର ବିଜୟନଗରମ୍‌ର ସାଲୁର ମଣ୍ଡଳ ଅନ୍ତର୍ଗତ ଦର୍ଶାଇ ଭୋଟର ତାଲିକା ପ୍ରକାଶ କରିଛି। ଏଠାରେ ଆସନ୍ତା ୧୩ ଓ ୧୭ ତାରିଖରେ ନିର୍ବାଚନ ହେବ। ଓଡ଼ିଶା ସରକାରଙ୍କ ଅବହେଳା ଯୋଗୁ ଏପରି ଘଟଣା ଘଟୁଛି। ତୁରନ୍ତ ଓଡ଼ିଶା ସରକାର ଏହି ନିର୍ବାଚନକୁ ବନ୍ଦ କରିବା ସହ ଆନ୍ଧ୍ରପ୍ରଦେଶ ସରକାରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ପାଇଁ ବୁଧବାର ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ଗୃହ ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଶାସନସଚିବ ଏବଂ ଗଞ୍ଜାମ, ଗଜପତି ଓ କୋରାପୁଟ ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନକରୀ ପାଣିଗ୍ରାହୀ ଦର୍ଶାଇଛନ୍ତିି ଯେ, ଆନ୍ଧ୍ର ସୀମାନ୍ତରେ ଥିବା ଓଡ଼ିଶାର ତିନିଗୋଟି ଜିଲା କୋରାପୁଟ, ଗଞ୍ଜାମ ଓ ଗଜପତିର ପ୍ରାୟ ୫୮ଟି ଗ୍ରାମରେ ଆନ୍ଧ୍ରପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତ କରାଯିବା ସହ ଭୋଟର ପରିଚୟ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ପ୍ରଶାସନିକ ଅବହେଳା ପାଇଁ ଆନ୍ଧ୍ର ସରକାର ଏପରି ସାହସ କରିପାରୁଛି। ଉକ୍ତ ସୀମାନ୍ତବର୍ତ୍ତୀ ଗ୍ରାମର ଲୋକଙ୍କୁ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନରେ ବିପିଏଲ୍‌ ପରିବାର ତାଲିକାଭୁକ୍ତ କରିଥିଲେ ମଧ୍ୟ ସେମାନଙ୍କୁ ରାଶନ ସାମଗ୍ରୀ, ବାର୍ଦ୍ଧକ୍ୟ, ବିଧବା ଓ ଅନ୍ୟାନ୍ୟ ଭତ୍ତା ମଧ୍ୟ ଠିକ୍‌ଭାବେ ପ୍ରଦାନ କରାଯାଉ ନାହିଁ। ଏହାର ସୁଯୋଗ ନେଇ ଆନ୍ଧ୍ର ସରକାର ଉକ୍ତ ଗ୍ରାମର ଲୋକମାନଙ୍କୁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ଯୋଗାଇବା ସହ ସେମାନଙ୍କୁ ନିଜ ରାଜ୍ୟର ନିର୍ବାଚନରେ ଭାଗ ନେବାପାଇଁ ପ୍ରଚେଷ୍ଟା କରୁଛନ୍ତି। ତେଣୁ ସୀମାନ୍ତବର୍ତ୍ତୀ ଜିଲାରେ ଯେପରି ଆନ୍ଧ୍ର ସରକାରଙ୍କ ପକ୍ଷରୁ ନିର୍ବାଚନ ପରିଚାଳନା କରାଯାଇପାରିବ ନାହିଁ, ସେନେଇ ତୁରନ୍ତ ପଦକ୍ଷେପ ଓଡ଼ିଶାର ସରକାର ନେବା ପାଇଁ ଆବେଦନକାରୀ ଉଚ୍ଚ ନ୍ୟାୟାଳୟରେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri