୨୨ରୁ ମଦ ବିକ୍ରି ଉପରେ ଲାଗିଲା କଣାକଣା; ୪ ଦିନ ଯାଏ ‘ଡ୍ରାଏ ଡେ’

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଗକୁ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ମାସ ୨୨ ତାରିଖରୁ ସମଗ୍ର ରାଜ୍ୟର ୧୦୬ ପୌରାଞ୍ଚଳ ଏବଂ ୩ ମହାନଗର ନିଗମ ଅଞ୍ଚଳରେ ୪ ଦିନ ପାଇଁ ଡ୍ରାଏ ଡେ’ ଘୋଷଣା କରିଛନ୍ତି। ଏସବୁ ସହରାଞ୍ଚଳରେ ଏହି ଦିନଗୁଡ଼ିକରେ ମଦ ବିକ୍ରି ଉପରେ କଟକଣା ଜାରି ହୋଇଛି। କୌଣସି ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ ଏବଂ ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନରେ ମଧ୍ୟ ମଦ ବିକ୍ରି ହୋଇପାରିବ ନାହିଁ ବୋଲି କୁହାଯାଇଛି।

ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟାରୁ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ କଟକଣା ଜାରି ହୋଇଛି। ମାର୍ଚ୍ଚ ୨୨ ଅପରାହ୍ନ ୫ଟାରେ ପୌର ନିର୍ବାଚନ ପ୍ରଚାର ଶେଷ ହେଉଥିବା ବେଳେ ମାର୍ଚ୍ଚ ୨୪ରେ ଭୋଟ୍‌ ଏବଂ ୨୬ରେ ଭୋଟଗଣତି ହେବ। ମାର୍ଚ୍ଚ ୨୭ରୁ ମଦ ଦୋକାନ ସ୍ବାଭାବିକ ଭାବେ ଖୋଲିବ। ଲୋକ ପ୍ରତିନିଧି ଆଇନ-୧୯୫୧ର ଧାରା ୧୩୫(ଗ) ଅନ୍ତର୍ଗତ କୌଣସି ସାର୍ବଜନୀନ ଓ ଘରୋଇ ସ୍ଥାନରେ ମଦ ବିକ୍ରି ନେଇ କଟକଣା ଜାରି ହୋଇଥିବା ନେଇ ରାଜ୍ୟ ଅବକାରୀ କମିଶନର ଆଶିଷ ସିଂ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ତେବେ ଲାଇସେନ୍ସ ଥିଲେ ବି କେହି ଏହି ଦିନଗୁଡ଼ିକରେ ମଦ ବିକ୍ରି କରିପାରିବେ ନାହିଁ। ବ୍ୟକ୍ତିଗତ ଭାବେ ଉକ୍ତ ଅବଧିରେ ବିନା ଲାଇସେନ୍ସରେ ଅଧିକ ପରିମାଣର ମଦ ରଖିଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?