ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାର। ଏନେଇ ସବୁ ଜିଲ୍ଲାପାଳଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗକୁ ଚିଠି ଜାରି କରାଯାଇଛି। ଝିଅ ବୟସ ୧୮ରୁ ୩୫ ବର୍ଷ, ପୁଅ ବୟସ ୨୧ରୁ ୩୫ ବର୍ଷ ହୋଇଥିଲେ ମିଳିବ ସହାୟତା ରାଶି। ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି। ଡିବିଟି ମାଧ୍ୟମରେ ସିଧା ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ଏଥିସହ ବିବାହ ଉପହାର ୧୦ ହଜାର, ଆୟୋଜନ ପାଇଁ ସଂସ୍ଥାକୁ ମିଳିବ ୬ ହଜାର ଟଙ୍କା ମିଳିବ। ବିଧବା, ଦିବ୍ୟାଙ୍ଗ, SC/ST, ଆର୍ଥିକ ଅନଗ୍ରସରଙ୍କୁ ମଧ୍ୟ ମିଳିବ ସହାୟତା।