ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ ପରିସ୍ଥିତି ଦେଇ ଗତି କରୁଛି, ସେଥିପାଇଁ ଏହି ଉତ୍ସବକୁ ନିରାଡମ୍ବର ଭାବେ ପାଳନ କରାଯିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ବ୍ୟାପକ ଉତ୍ସବ ପାଳନ ବଦଳରେ ୨ ବର୍ଷର ଉପଲବ୍ଧି ଉପରେ ଅଧିକ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ସରକାରଙ୍କ ଏହି ଉପଲବ୍ଧି ହେଉଛି ଲୋକଙ୍କ ପାଇଁ, ତେଣୁ ଏହି ସଫଳତା ଯେପରି ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିବ ସେଥିପାଇଁ କାର୍ଯ୍ୟକ୍ରମ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିପାଇଁ ପ୍ରିଣ୍ଟ, ଇଲୋକ୍ଟ୍ରୋନିକ୍‌ସ, ସାମାଜିକ ଗଣମାଧ୍ୟମରେ ସରକାରଙ୍କ ଉପଲବ୍ଧିର ପ୍ରସାର ସହିତ ପୁସ୍ତିକା ପ୍ରକାଶନ କରାଯିବ। ଏଥିସହିତ କାର୍ଯ୍ୟକାରୀ ହୋଇଥିବା ପ୍ରତ୍ୟେକ ଜନକଲ୍ୟାଣକାରୀ ଯୋଜନା ମାଧ୍ୟମରେ ସାଧାରଣ ଲୋକ କିଭଳି ଉପକୃତ ହେଉଛନ୍ତି ତାର ଚିତ୍ର ସର୍ବସାଧାରଣକୁ ଆଣିବା ପାଇଁ ବୈଠକରେ ଗୁରୁତ୍ବାରୋପ ହୋଇଥିଲା।

ବୈଠକରୁ ଜଣାଯାଇଛି, ଆଗାମୀ ଜୁନ୍ ୧୨ ତାରିଖରେ ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି ପାଳନ କରାଯିବ। ଏଥିପାଇଁ ଜୁନ୍ ୧୨ରୁ ୨୧ ପର୍ଯ୍ୟନ୍ତ ଉଭୟ ରାଜ୍ୟ ଓ ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ସଫଳତାକୁ ସନ୍ନିବେଶିତ କରି ଶକ୍ତି ଓଡିଶା, ସମୃଦ୍ଧ କୃଷି ଓଡିଶା, ସୁସ୍ଥ ଓଡିଶା, ନିର୍ମାଣ ଓଡିଶା, ଉତ୍କର୍ଷ ଓଡିଶା, ଜନଶକ୍ତି ଓଡିଶା ଏବଂ କୌଶଳ ଓଡିଶା ଆଦି ଏହି ୭ଟି ଥିମ୍‌ରେ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ । ଏଥିସହିତ ୨୦୨୬ରୁ ୨୦୩୬ ପର୍ଯ୍ୟନ୍ତ ସରକାରଙ୍କ ଲକ୍ଷ୍ୟ ଏବଂ ଆଭିମୁଖ୍ୟ ଗୁଡିକ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ୍ ରହିବ।

ବିଭାଗୀୟ ମନ୍ତ୍ରୀମାନେ ୨ ବର୍ଷ ମଧ୍ୟରେ ନିଜ ନିଜ ବିଭାଗରେ ହାସଲ ହୋଇଥିବା ସଫଳତା ବିଷୟରେ ସାମ୍ବାଦିକ ସମ୍ମିଳନୀ କରିବା ସହିତ ବିଭାଗ ଗୁଡିକର ସଫଳତା ସମ୍ପର୍କିତ ଲିଫଲେଟ୍, ପୁସ୍ତିକା ପ୍ରକାଶନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ମାଧ୍ୟମରେ ରାଜ୍ୟର ସମୃଦ୍ଧି ଓ ସାଧାରଣ ଲୋକଙ୍କ କଲ୍ୟାଣ ପାଇଁ ଆମର ଯେଉଁ ଆଭିମୁଖ୍ୟ ରହିଛି, ତାହା ଲୋକଙ୍କ ପାଖରେ ପହଞ୍ଚାଇବାରେ ଆମେ ସଫଳ ହେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବୈଠକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀ ମାନେ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?