ସ୍ନାତକୋତ୍ତର ନାମଲେଖା ଶୀଘ୍ର ଆରମ୍ଭ କରିବା ଲାଗି ସରକାରଙ୍କ ନିଷ୍ପତ୍ତି, ମାର୍ଚ୍ଚ ୧୦ରୁ ଆବେଦନ

ଭୁବନେଶ୍ୱର,୭।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ “Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମ ଲାଗି ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ।

ତେବେ CPET ଆସନ୍ତା ମେ’ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET ପରୀକ୍ଷା ମାର୍କ ଅନିବାର୍ଯ୍ୟ ମାନଦଣ୍ତ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କର ଚୟନ ପ୍ରକିୟା ସମ୍ପୂର୍ଣ୍ଣ ଭାବେ ମେଧା ଆଧାରିତ (merit based) ହେବ।

ତେବେ ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ୨୦୨୫ ଜୁଲାଇ ୧୦ରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri