ସ୍ନାତକୋତ୍ତର ନାମଲେଖା ଶୀଘ୍ର ଆରମ୍ଭ କରିବା ଲାଗି ସରକାରଙ୍କ ନିଷ୍ପତ୍ତି, ମାର୍ଚ୍ଚ ୧୦ରୁ ଆବେଦନ

ଭୁବନେଶ୍ୱର,୭।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ “Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମ ଲାଗି ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ।

ତେବେ CPET ଆସନ୍ତା ମେ’ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET ପରୀକ୍ଷା ମାର୍କ ଅନିବାର୍ଯ୍ୟ ମାନଦଣ୍ତ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କର ଚୟନ ପ୍ରକିୟା ସମ୍ପୂର୍ଣ୍ଣ ଭାବେ ମେଧା ଆଧାରିତ (merit based) ହେବ।

ତେବେ ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ୨୦୨୫ ଜୁଲାଇ ୧୦ରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri