ହିତାଧିକାରୀଙ୍କ ପାଇଁ e-KYC ଅବଧି ବୃଦ୍ଧି କଲେ ସରକାର, ଏହି ଦିନ ଯାଏ ଶେଷ ସୁଯୋଗ

ଭୁବନେଶ୍ୱର,୨।୧୧: ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ e-KYC ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରିଛନ୍ତି। ଏହି ଅବଧି ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ହିତାଧିକାରୀମାନେ ଏପର୍ଯ୍ୟନ୍ତ e-KYC କରାଇ ନାହାନ୍ତି, ସେମାନେ ବର୍ଦ୍ଧିତ ସମୟ ଭିତରେ ନିକଟସ୍ଥ ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଆଧାରଯୁକ୍ତ e-KYC କରାଇବାକୁ ପରାମର୍ଶ ଦିଆଯାଇଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

ଏହାସହିତ ରାଜ୍ୟରେ ପୂର୍ବଭଳି ରାସନ ଚାଉଳ ଯୋଗାଣ ଜାରି ରହିବ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ e-KYC କରି ନ ଥିବା ହିତାଧିକାରୀଙ୍କ ଚାଉଳ ଯୋଗାଣ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡଧାରୀମାନେ ପୂର୍ବଭଳି ନିଜ କୋଟାର ଚାଉଳ ଉଠାଇ ପାରିବେ। e-KYC କରି ନ ଥିବା ୧୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଚାଉଳ ଯୋଗାଣ ନେଇ ମଧ୍ୟ କୌଣସି ଅପଡେଟ ଆସିନାହିଁ।

ଚଳିତ ମାସ ୧୫ ତାରିଖରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅକ୍ଟୋବର ଶେଷ ସୁଦ୍ଧା e-KYC କରି ନ ଥିବା ହିତାଧିକାରୀଙ୍କୁ ନଭେମ୍ବରରୁ ଚାଉଳ ମିଳିବ ନାହିଁ ବୋଲି କହିଥିଲେ। କିନ୍ତୁ ଏହି ଅବଧି ବୃଦ୍ଧି ପରେ ହିତାଧିକାରୀମାନଙ୍କୁ ସମୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri