ହକି ହିରୋଙ୍କୁ ଭବ୍ୟ ସମ୍ବର୍ଦ୍ଧନା: ପ୍ରତ୍ୟେକ ହକି ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ତା,୨୧,୮: ବୁଧବାର ଭୁବନେଶ୍ବର ଥିଲା ଉତ୍ସବ ମୁଖରିତ। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍‌ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ବୁଧବାର ସମସ୍ତ ଖେଳାଳୀ ଓ ସହାୟକ ସଦସ୍ୟ ଭୁବନେଶ୍ବରରେ ପହଞ୍ଚିବା ପରେ ସେମାନଙ୍କୁ ଉଚ୍ଛସିତ ସ୍ବାଗତ କରାଯାଇଥିଲା ଏବଂ ଲୋକସେବା ଭବନର କନ୍‌ଭେନସନ ହଲ୍‌ ଠାରେ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଭାରତୀୟ ଦଳର ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ । ଓଡିଆ ଖେଳାଳୀ ଅମିତ୍‌ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ ୪ କୋଟି ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ଟିମ୍‌ର ଗୋଲକିପର ପି.ଆର. ଶ୍ରୀଜେସ୍‌ଙ୍କୁ ସ୍ବତନ୍ତ୍ର ଭାବେ ୫୦ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ୪ ଜଣ ସପୋର୍ଟିଂ ଷ୍ଟାଫ୍‌ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ “ଭାରତୀୟ ହକି ଦଳର ଏହି କାଂସ୍ୟ ପଦକ, ଏକ ଦୃଢନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଶୁଭାରମ୍ଭ ପାଇଁ ଆହ୍ୱାନ ପ୍ରଦାନ କରିଛି। ଭାରତୀୟ ହକିର ପୁନର୍ଜନ୍ମରେ ଓଡିଶାର ମହତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଁ ଗର୍ବିତ । ଓଡିଶା ସବୁ ସମୟରେ ଭାରତୀୟ ହକି ଦଳ ସହିତ ଜଣେ ସୁଖଦୁଃଖର ସାଥି ଭଳି ରହିଆସିଛି ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲସ୍‌ ଏଞ୍ଜେଲେସ୍‌ ଅଲମ୍ପିକ୍‌ସ ସହିତ ଜାତୀୟ ହକି ଦଳର ଆଗାମୀ ସମସ୍ତ ଅଭିଯାନରେ ଦଳ ପ୍ରତି ଓଡିଶା ଏବଂ ଓଡିଶାବାସୀଙ୍କର ଦୃଢ ସମର୍ଥନ ଜାରି ରହିବ। ସେ କହିଥିଲେ ଯେ ଆମ ସରକାର ସଂପୂର୍ଣ୍ଣ ଭାବରେ ଆମର ଖେଳାଳୀ ମାନଙ୍କ ସହିତ ଅଛନ୍ତି। ଆଗାମୀ ଦିନରେ ସେମାନେ ଯେପରି ଆହୁରି ବଡ ସଫଳତା ହାସଲ କରିବେ, ସେଥିପାଇଁ ସେମାନଙ୍କୁ ସବୁପ୍ରକାର ସୁବିଧା ଓ ପ୍ରୋତ୍ସାହନ ଦିଆଯିବ। ହକିର ବିକାଶ ପାଇଁ ଆମେ ଆହୁରି ନୂଆ ନୂଆ ପଦକ୍ଷେପ ନେବୁ। ଆମର ଖେଳାଳୀ ମାନେ ଯେପରି ବିଶ୍ବସ୍ତରରେ ଶୀର୍ଷରେ ରହିବେ, ତାହା ଆମେ ସୁନିଶ୍ଚିତ କରିବୁ।

ସେ କହିଥିଲେ ଯେ ୧୯୨୮ ମସିହାରୁ ଆରମ୍ଭ କରି ବର୍ତ୍ତମାନ ପର୍ୟ୍ୟନ୍ତ ଭାରତୀୟ ହକି ଟିମ୍ ଅଲମ୍ପିକ୍ସ ପ୍ରତିଯୋଗିତାର ବିଭିନ୍ନ ସଂସ୍କରଣରେ ଅଂଶଗ୍ରହଣ କରି ୮ଟି ସ୍ବର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ୪ଟି କାଂସ୍ୟ ପଦକ ସହିତ ସର୍ବମୋଟ ୧୩ଟି ଅଲମ୍ପିକ୍ସ ପଦକ ହାସଲ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୮୦ ମସ୍କୋ ଅଲମ୍ପିକ୍‌ସରେ ସ୍ବର୍ଣ୍ଣ ପଦକ ଜିତିବା ପରେ ଆମ ସମସ୍ତଙ୍କ ମନରେ ଦୁଇଟି ପ୍ରଶ୍ନ ଆସିଥିଲା । ପ୍ରଥମ ହେଉଛି – ଆମର ପରବର୍ତ୍ତୀ ପଦକ ଆମେ କେବେ ପାଇବୁ। କେହି ଭାବି ନ ଥିଲେ ଯେ ଏଥିପାଇଁ ୪୧ ବର୍ଷ ଲାଗିଯିବ। ଏମିତି ସମୟ ଆସିଥିଲା ଯେ ଗୋଟିଏ ସମୟରେ ଏହା ଅସମ୍ଭବ ଲାଗୁଥିଲା । କିନ୍ତୁ ଟୋକିଓ ଅଲମ୍ପିକ୍‌ସରେ ପଦକ ଜିତି ଭାରତୀୟ ଦଳ ଅସମ୍ଭବକୁ ସମ୍ଭବ କରିଥିଲା। ତାପରେ ପୁଣି ପ୍ରଶ୍ନ ଥିଲା ଯେ ଆମେ କଣ ପୂର୍ବ ଭଳି ଲଗାତାର ପଦକ ଜିତି ଆମର ହୃତଗୌରବକୁ ଫେରି ପାଇବୁ? ପ୍ୟାରିସ ଅଲମ୍ପିକ୍‌ସ ଏହାର ଉତ୍ତର ଥିଲା । ୧୯୭୨ ପରେ ପ୍ରଥମ ଥର ପାଇଁ ଆମ ଦଳ ଲଗାତାର ପଦକ ଜିତି ଆମର ଗୌରବକୁ ପୁଣି ଥରେ ଫେରାଇ ଆଣିଲା ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଖେଳ କେବଳ ଏକ ପ୍ରତିଯୋଗିତା ନୁହେଁ, ଏହା ରାଷ୍ଟ୍ର ନିର୍ମାଣର ଏକ ସଶକ୍ତ ମାଧ୍ୟମ । ଏହା ଆମକୁ ଏକତା, ଅନୁଶାସନ ଓ ସଂଘର୍ଷର ଶିକ୍ଷା ଦେଇଥାଏ । ହକି ଭଳି ଖେଳ ଆମକୁ ଏହି ପ୍ରେରଣା ଦିଏ ଯେ ଆମେ ଜୀବନର ସବୁକିଛି ଆହ୍ବାନର ମୁକାବିଲା କରି ନିଜର ପରିଚୟ ସୃଷ୍ଟି କରିପାରିବୁ। ଭାରତୀୟ ଟିମ୍‌ର ସଫଳତାର ଅନୁପ୍ରେରଣା ହେଉଛି ଯେ ଆମେ ଯଦି ଏକଜୁଟ ହୋଇ ନିଜର ଲକ୍ଷ୍ୟ ହାସଲରେ ଲାଗିପଡିବୁ, ତେବେ ଯେକୌଣସି କଠିନ ପରିସ୍ଥିତିର ମୁକାବିଲା କରିପାରିବୁ ।

ଶେଷରେ ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ ଯେ ଆମର କ୍ରୀଡ଼ାବିତ୍ ମାନେ ହେଉଛନ୍ତି ଆମ ପ୍ରେରଣାର ଉତ୍ସ। ସୁଦୃଢ ସମାଜ ନିର୍ମାଣର ଆଧାର। ଖେଳାଳୀ ମାନେ ହେଉଛନ୍ତି, ଆମ ରାଜ୍ୟ ଓ ଦେଶର ଭବିଷ୍ୟତ। ଆପଣମାନେ ନିଜର ଚମତ୍କାର ପ୍ରଦର୍ଶନ ମାଧ୍ୟମରେ, ଆମ ଦେଶ ଓ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିବେ ଏହାହିଁ ମୋର ଆଶା ଓ ବିଶ୍ୱାସ।

ଓଡ଼ିଶାର କ୍ରୀଡ଼ାକ୍ଷେତ୍ରରେ, ଉପାନ୍ତ ଅଞ୍ଚଳରୁ ଆସୁଥିବା କ୍ରୀଡ଼ାବିତ୍ ମାନଙ୍କର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ନିଜର ଗାଁ ମାଟିରୁ ହିଁ ଆମର କ୍ରୀଡ଼ାବିତ୍ ମାନେ କ୍ରୀଡ଼ା ଜଗତରେ ନିଜର ଦୃଢ଼ନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଯାତ୍ରା ଆରମ୍ଭ କରିଥାନ୍ତି। ତେଣୁ ତୃଣମୂଳ ସ୍ତରରୁ ଆସୁଥିବା ଏହି କ୍ରୀଡା ପ୍ରତିଭା ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।

କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ ଯାହା ବିଶ୍ବ ପାଇଁ କାଂସ୍ୟ, ତାହା ଆମ ପାଇଁ ସ୍ବର୍ଣ୍ଣ। ଟୋକିଓରୁ ପ୍ୟାରିସ ପର୍ଯ୍ୟନ୍ତ ଆମ ଖେଳାଳୀ ମାନେ ଆମକୁ ଯେଉଁଭଳି ଗର୍ବ ଅନୁଭବ କରିବାକୁ ଦେଇଛନ୍ତି, ସେଥିପାଇଁ ଆମେ ସମସ୍ତେ ସେମାନଙ୍କ ପ୍ରତି କୃତଜ୍ଞ।

ଭାରତୀୟ ହକି ଟିମ୍‌ର ଗୋଲକିପର ପି.ଆର୍‌. ଶ୍ରୀଜେସ୍‌ କହିଥିଲେ ଯେ ଓଡିଶା ହେଉଛି ମୋର ଦ୍ବିତୀୟ ଘର। ଓଡିଶା ହକି ପାଇଁ ଯେଉଁ ପ୍ରୋତ୍ସାହନ ଦେଇଛି, ତାହା ଆଜି ସମସ୍ତଙ୍କ ପାଇଁ ଉଦାହରଣ ହୋଇଛି। ଭୁବନେଶ୍ବର ଓ ରାଉରକେଲାରେ ଆମକୁ ଯେଉଁ ସ୍ନେହଶ୍ରଦ୍ଧା ମିଳୁଛି, ତାହା ଆଉ କେଉଁଠି ମିଳେ ନାହିଁ ବୋଲି ସେ କହିଥିଲେ ।

ଏହି ସମ୍ବର୍ଦ୍ଧନା ସଭାରେ ଭାରତୀୟ ଦଳର ଉପସ୍ଥିତ ଥିବା ଖେଳାଳୀମାନେ ହେଲେ – କ୍ୟାପଟେନ୍‌ ହରମନ୍‌ପ୍ରୀତ୍ ସିଂହ, ମନପ୍ରୀତ ସିଂହ, ବିବେକ ସାଗର, ହାର୍ଦ୍ଦିକ ସିଂହ, ସୁଖଜିତ ସିଂହ, ସମଶେର ସିଂହ, ମନଦୀପ ସିଂହ, ଜର୍‌ମନପ୍ରୀତ ସିଂହ, ଗୁରୁଜାନ୍ତ ସିଂହ, ରାଜକୁମାର ପାଲ୍‌, ଲଳିତ କୁମାର ଉପାଧ୍ୟାୟ, ସୁମିତ, ସଂଞ୍ଜୟ, ଅଭିଷେକ, ଅମିତ ରୋହିଦାସ ଏବଂ ପି.ଆର୍‌ ଶ୍ରୀଜେସ୍ । ସେମାନଙ୍କ ସହିତ ୪ ଜଣ ସପୋର୍ଟିଂ ଷ୍ଟାଫ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri