ହକି ହିରୋଙ୍କୁ ଭବ୍ୟ ସମ୍ବର୍ଦ୍ଧନା: ପ୍ରତ୍ୟେକ ହକି ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ତା,୨୧,୮: ବୁଧବାର ଭୁବନେଶ୍ବର ଥିଲା ଉତ୍ସବ ମୁଖରିତ। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍‌ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ବୁଧବାର ସମସ୍ତ ଖେଳାଳୀ ଓ ସହାୟକ ସଦସ୍ୟ ଭୁବନେଶ୍ବରରେ ପହଞ୍ଚିବା ପରେ ସେମାନଙ୍କୁ ଉଚ୍ଛସିତ ସ୍ବାଗତ କରାଯାଇଥିଲା ଏବଂ ଲୋକସେବା ଭବନର କନ୍‌ଭେନସନ ହଲ୍‌ ଠାରେ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଭାରତୀୟ ଦଳର ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ । ଓଡିଆ ଖେଳାଳୀ ଅମିତ୍‌ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ ୪ କୋଟି ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ଟିମ୍‌ର ଗୋଲକିପର ପି.ଆର. ଶ୍ରୀଜେସ୍‌ଙ୍କୁ ସ୍ବତନ୍ତ୍ର ଭାବେ ୫୦ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ୪ ଜଣ ସପୋର୍ଟିଂ ଷ୍ଟାଫ୍‌ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ “ଭାରତୀୟ ହକି ଦଳର ଏହି କାଂସ୍ୟ ପଦକ, ଏକ ଦୃଢନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଶୁଭାରମ୍ଭ ପାଇଁ ଆହ୍ୱାନ ପ୍ରଦାନ କରିଛି। ଭାରତୀୟ ହକିର ପୁନର୍ଜନ୍ମରେ ଓଡିଶାର ମହତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଁ ଗର୍ବିତ । ଓଡିଶା ସବୁ ସମୟରେ ଭାରତୀୟ ହକି ଦଳ ସହିତ ଜଣେ ସୁଖଦୁଃଖର ସାଥି ଭଳି ରହିଆସିଛି ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲସ୍‌ ଏଞ୍ଜେଲେସ୍‌ ଅଲମ୍ପିକ୍‌ସ ସହିତ ଜାତୀୟ ହକି ଦଳର ଆଗାମୀ ସମସ୍ତ ଅଭିଯାନରେ ଦଳ ପ୍ରତି ଓଡିଶା ଏବଂ ଓଡିଶାବାସୀଙ୍କର ଦୃଢ ସମର୍ଥନ ଜାରି ରହିବ। ସେ କହିଥିଲେ ଯେ ଆମ ସରକାର ସଂପୂର୍ଣ୍ଣ ଭାବରେ ଆମର ଖେଳାଳୀ ମାନଙ୍କ ସହିତ ଅଛନ୍ତି। ଆଗାମୀ ଦିନରେ ସେମାନେ ଯେପରି ଆହୁରି ବଡ ସଫଳତା ହାସଲ କରିବେ, ସେଥିପାଇଁ ସେମାନଙ୍କୁ ସବୁପ୍ରକାର ସୁବିଧା ଓ ପ୍ରୋତ୍ସାହନ ଦିଆଯିବ। ହକିର ବିକାଶ ପାଇଁ ଆମେ ଆହୁରି ନୂଆ ନୂଆ ପଦକ୍ଷେପ ନେବୁ। ଆମର ଖେଳାଳୀ ମାନେ ଯେପରି ବିଶ୍ବସ୍ତରରେ ଶୀର୍ଷରେ ରହିବେ, ତାହା ଆମେ ସୁନିଶ୍ଚିତ କରିବୁ।

ସେ କହିଥିଲେ ଯେ ୧୯୨୮ ମସିହାରୁ ଆରମ୍ଭ କରି ବର୍ତ୍ତମାନ ପର୍ୟ୍ୟନ୍ତ ଭାରତୀୟ ହକି ଟିମ୍ ଅଲମ୍ପିକ୍ସ ପ୍ରତିଯୋଗିତାର ବିଭିନ୍ନ ସଂସ୍କରଣରେ ଅଂଶଗ୍ରହଣ କରି ୮ଟି ସ୍ବର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ୪ଟି କାଂସ୍ୟ ପଦକ ସହିତ ସର୍ବମୋଟ ୧୩ଟି ଅଲମ୍ପିକ୍ସ ପଦକ ହାସଲ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୮୦ ମସ୍କୋ ଅଲମ୍ପିକ୍‌ସରେ ସ୍ବର୍ଣ୍ଣ ପଦକ ଜିତିବା ପରେ ଆମ ସମସ୍ତଙ୍କ ମନରେ ଦୁଇଟି ପ୍ରଶ୍ନ ଆସିଥିଲା । ପ୍ରଥମ ହେଉଛି – ଆମର ପରବର୍ତ୍ତୀ ପଦକ ଆମେ କେବେ ପାଇବୁ। କେହି ଭାବି ନ ଥିଲେ ଯେ ଏଥିପାଇଁ ୪୧ ବର୍ଷ ଲାଗିଯିବ। ଏମିତି ସମୟ ଆସିଥିଲା ଯେ ଗୋଟିଏ ସମୟରେ ଏହା ଅସମ୍ଭବ ଲାଗୁଥିଲା । କିନ୍ତୁ ଟୋକିଓ ଅଲମ୍ପିକ୍‌ସରେ ପଦକ ଜିତି ଭାରତୀୟ ଦଳ ଅସମ୍ଭବକୁ ସମ୍ଭବ କରିଥିଲା। ତାପରେ ପୁଣି ପ୍ରଶ୍ନ ଥିଲା ଯେ ଆମେ କଣ ପୂର୍ବ ଭଳି ଲଗାତାର ପଦକ ଜିତି ଆମର ହୃତଗୌରବକୁ ଫେରି ପାଇବୁ? ପ୍ୟାରିସ ଅଲମ୍ପିକ୍‌ସ ଏହାର ଉତ୍ତର ଥିଲା । ୧୯୭୨ ପରେ ପ୍ରଥମ ଥର ପାଇଁ ଆମ ଦଳ ଲଗାତାର ପଦକ ଜିତି ଆମର ଗୌରବକୁ ପୁଣି ଥରେ ଫେରାଇ ଆଣିଲା ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଖେଳ କେବଳ ଏକ ପ୍ରତିଯୋଗିତା ନୁହେଁ, ଏହା ରାଷ୍ଟ୍ର ନିର୍ମାଣର ଏକ ସଶକ୍ତ ମାଧ୍ୟମ । ଏହା ଆମକୁ ଏକତା, ଅନୁଶାସନ ଓ ସଂଘର୍ଷର ଶିକ୍ଷା ଦେଇଥାଏ । ହକି ଭଳି ଖେଳ ଆମକୁ ଏହି ପ୍ରେରଣା ଦିଏ ଯେ ଆମେ ଜୀବନର ସବୁକିଛି ଆହ୍ବାନର ମୁକାବିଲା କରି ନିଜର ପରିଚୟ ସୃଷ୍ଟି କରିପାରିବୁ। ଭାରତୀୟ ଟିମ୍‌ର ସଫଳତାର ଅନୁପ୍ରେରଣା ହେଉଛି ଯେ ଆମେ ଯଦି ଏକଜୁଟ ହୋଇ ନିଜର ଲକ୍ଷ୍ୟ ହାସଲରେ ଲାଗିପଡିବୁ, ତେବେ ଯେକୌଣସି କଠିନ ପରିସ୍ଥିତିର ମୁକାବିଲା କରିପାରିବୁ ।

ଶେଷରେ ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ ଯେ ଆମର କ୍ରୀଡ଼ାବିତ୍ ମାନେ ହେଉଛନ୍ତି ଆମ ପ୍ରେରଣାର ଉତ୍ସ। ସୁଦୃଢ ସମାଜ ନିର୍ମାଣର ଆଧାର। ଖେଳାଳୀ ମାନେ ହେଉଛନ୍ତି, ଆମ ରାଜ୍ୟ ଓ ଦେଶର ଭବିଷ୍ୟତ। ଆପଣମାନେ ନିଜର ଚମତ୍କାର ପ୍ରଦର୍ଶନ ମାଧ୍ୟମରେ, ଆମ ଦେଶ ଓ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିବେ ଏହାହିଁ ମୋର ଆଶା ଓ ବିଶ୍ୱାସ।

ଓଡ଼ିଶାର କ୍ରୀଡ଼ାକ୍ଷେତ୍ରରେ, ଉପାନ୍ତ ଅଞ୍ଚଳରୁ ଆସୁଥିବା କ୍ରୀଡ଼ାବିତ୍ ମାନଙ୍କର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ନିଜର ଗାଁ ମାଟିରୁ ହିଁ ଆମର କ୍ରୀଡ଼ାବିତ୍ ମାନେ କ୍ରୀଡ଼ା ଜଗତରେ ନିଜର ଦୃଢ଼ନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଯାତ୍ରା ଆରମ୍ଭ କରିଥାନ୍ତି। ତେଣୁ ତୃଣମୂଳ ସ୍ତରରୁ ଆସୁଥିବା ଏହି କ୍ରୀଡା ପ୍ରତିଭା ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।

କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ ଯାହା ବିଶ୍ବ ପାଇଁ କାଂସ୍ୟ, ତାହା ଆମ ପାଇଁ ସ୍ବର୍ଣ୍ଣ। ଟୋକିଓରୁ ପ୍ୟାରିସ ପର୍ଯ୍ୟନ୍ତ ଆମ ଖେଳାଳୀ ମାନେ ଆମକୁ ଯେଉଁଭଳି ଗର୍ବ ଅନୁଭବ କରିବାକୁ ଦେଇଛନ୍ତି, ସେଥିପାଇଁ ଆମେ ସମସ୍ତେ ସେମାନଙ୍କ ପ୍ରତି କୃତଜ୍ଞ।

ଭାରତୀୟ ହକି ଟିମ୍‌ର ଗୋଲକିପର ପି.ଆର୍‌. ଶ୍ରୀଜେସ୍‌ କହିଥିଲେ ଯେ ଓଡିଶା ହେଉଛି ମୋର ଦ୍ବିତୀୟ ଘର। ଓଡିଶା ହକି ପାଇଁ ଯେଉଁ ପ୍ରୋତ୍ସାହନ ଦେଇଛି, ତାହା ଆଜି ସମସ୍ତଙ୍କ ପାଇଁ ଉଦାହରଣ ହୋଇଛି। ଭୁବନେଶ୍ବର ଓ ରାଉରକେଲାରେ ଆମକୁ ଯେଉଁ ସ୍ନେହଶ୍ରଦ୍ଧା ମିଳୁଛି, ତାହା ଆଉ କେଉଁଠି ମିଳେ ନାହିଁ ବୋଲି ସେ କହିଥିଲେ ।

ଏହି ସମ୍ବର୍ଦ୍ଧନା ସଭାରେ ଭାରତୀୟ ଦଳର ଉପସ୍ଥିତ ଥିବା ଖେଳାଳୀମାନେ ହେଲେ – କ୍ୟାପଟେନ୍‌ ହରମନ୍‌ପ୍ରୀତ୍ ସିଂହ, ମନପ୍ରୀତ ସିଂହ, ବିବେକ ସାଗର, ହାର୍ଦ୍ଦିକ ସିଂହ, ସୁଖଜିତ ସିଂହ, ସମଶେର ସିଂହ, ମନଦୀପ ସିଂହ, ଜର୍‌ମନପ୍ରୀତ ସିଂହ, ଗୁରୁଜାନ୍ତ ସିଂହ, ରାଜକୁମାର ପାଲ୍‌, ଲଳିତ କୁମାର ଉପାଧ୍ୟାୟ, ସୁମିତ, ସଂଞ୍ଜୟ, ଅଭିଷେକ, ଅମିତ ରୋହିଦାସ ଏବଂ ପି.ଆର୍‌ ଶ୍ରୀଜେସ୍ । ସେମାନଙ୍କ ସହିତ ୪ ଜଣ ସପୋର୍ଟିଂ ଷ୍ଟାଫ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?