Posted inରାଜ୍ୟ

ପ୍ରଥମ କ୍ୟାବିନେଟରେ ମୋହନ ସରକାରଙ୍କ ବଡ଼ ନିଷ୍ପତି, ୪ଟି ପ୍ରସ୍ତାବ ଉପରେ ମୋହର

ପୁରୀ,୧୨ା୬: ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି।

କ୍ୟାବିନେଟ୍‌ ପରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟଗଣଙ୍କ ଉପସ୍ଥିତିରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମାଝି କହିଲେ ଯେ ଓଡିଶାର ସାଢେ ଚାରି କୋଟି ଜନସାଧାରଣଙ୍କ ବିଭିନ୍ନ ପ୍ରସଙ୍ଗକୁ ଗୁରୁତ୍ବ ଦିଆଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଭାରତୀୟ ଜନତା ପାର୍ଟିର ସଂକଳ୍ପ ପତ୍ରକୁ ଗ୍ରହଣ କରି ରାଜ୍ୟ କ୍ୟାବିନେଟ ଆଜି ୪ଟି ପ୍ରସ୍ତାବ ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଗୁରୁବାର ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ। ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ କିଛି ବର୍ଷ ହେବ ତିନି ଦ୍ବାର ବନ୍ଦ ଥିବା ହେତୁ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାଦ୍ବାରା ଭକ୍ତ ଓ ଭଗବାନଙ୍କ ଭିତରେ ଏକ ବ୍ୟବଧାନ ସୃଷ୍ଟି ହେଉଥିଲା । ଚାରି ଦ୍ବାର ଖୋଲାଯିବା ଦ୍ବାରା ଏହି ବ୍ୟବଧାନ ଦୂର ହେବ।

ଦ୍ବିତୀୟ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରର ଉନ୍ନତିକରଣ, ସଂରକ୍ଷଣ, ବିକାଶ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୫୦୦ କୋଟି ଟଙ୍କାର ଏକ କର୍ପସ ଫଣ୍ଡର ବ୍ୟବସ୍ଥା କରିବେ।

ତୃତୀୟ ନିଷ୍ପତ୍ତି ହେଉଛି ରାଜ୍ୟର କୃଷକ ଭାଇଭଉଣୀ ମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀ ମାନଙ୍କୁ ଦିଆଯାଇଥିବା ପ୍ରତିଶୃତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।

ଚତୁର୍ଥ ନିଷ୍ପତ୍ତି ଅନୁଯାୟୀ ମହିଳା ମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri