Posted inରାଜ୍ୟ

ଓଡ଼ିଶାରେ ଦୀପାବଳି ଓ କାଳୀପୂଜା ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ଭୁବନେଶ୍ୱର, ୧୧ା୧୧: ଓଡ଼ିଶାରେ ବିଭିନ୍ନ ଜିଲାରେ ଦେବ ଦୀପାବଳି ଓ କାଳୀପୂଜା ଅବସରରେ ଦେବୀପୀଠଗୁଡ଼ିକ ଚଳଚଞ୍ଚଳ ହୋଇପଡିଛନ୍ତି। ଉପାସନାସ୍ଥଳୀଗୁଡ଼ିକୁ ରଙ୍ଗିନ ଆଲୋକମାଳାରେ ସଜାଯାଇଛି । ଆଲୋକ ଓ ଆନନ୍ଦର ପର୍ବ ଦୀପାବଳିକୁ ପରିବେଶ ଅନୁକୂଳ ଭାବେ ପାଳନ କରିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ବିଶେଷକରି ଶୀତଦିନରେ ପ୍ରଦୂଷଣର ପରିମାଣର ବୃଦ୍ଧିକୁ ଦେଖି ତୀବ୍ର ଶବ୍ଦଯୁକ୍ତ ଓ ବିଷାକ୍ତ ଧୂଆଁ ସୃଷ୍ଟିକାରୀ ବାଣ ନ ଫୁଟାଇବା ପାଇଁ ପରାମର୍ଶ ଦିଆଯାଇଛି ।

ବେରିୟମ ସଲ୍ଟ ଓ ଅନ୍ୟ କ୍ଷତିକାରକ ରାସାୟନିକ ପଦାର୍ଥ ଥିବା ବାଣକୁ ନ ଫୁଟାଇବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । କେବଳ ସବୁଜବାଣକୁ ସୁପ୍ରିମକୋର୍ଟ ଅନୁମତି ଦେଇଥିବାରୁ ଏନେଇ ରାଜ୍ୟ ସରକାରଙ୍କ ତଦନୁଯାୟୀ ମାର୍ଗଦର୍ଶିକା ଜାରି କରାଯାଇଛି । ରାତି ୧୦ଟା ପରେ କେହି ବାଣ ନ ଫୁଟାଇବା ଲାଗି ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ଏପରିକି ପ୍ରଚଣ୍ଡ ଶବ୍ଦସୃଷ୍ଟିକାରୀ ବାଣ ବିଦ୍ୟାଳୟ, ହସ୍ପିଟାଲ, ନର୍ସିଂହୋମ୍‍, ବୟସ୍କଙ୍କ ଆଶ୍ରୟସ୍ଥଳ, ସଡ଼କ ତଥା ଜନଗହଳିପୂର୍ଣ୍ଣ ଅଞ୍ଚଳରେ ନ ଫୁଟାଇବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଯାତ୍ରୀବାହୀ ବସ୍‍ରେ ବାଣ ପରିବହନକୁ ସରକାର ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି । ଯଦି ଏହି ଆଦେଶ ଅମାନ୍ୟ କରାଯାଏ, ତେବେ ସମ୍ପୃକ୍ତ ଯାନବାହନ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି ।

ଭଦ୍ରକର ଦକ୍ଷିଣେଶ୍ୱର କାଳୀ, ଆରଡିର ଶ୍ୟାମାକାଳୀ, ଚରମ୍ପାର ପଥର କାଳୀ ପୀଠ ସମେତ ସହରର ୬୦ରୁ ଊର୍ଦ୍ଧ୍ୱ ମୃଣ୍ମୟୀ କାଳୀ ପ୍ରତିମାଙ୍କ ପୂଜାର୍ଚ୍ଚନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଭଦ୍ରକାଳୀ ସାହି ଆହରପଦାର ଅଧିଷ୍ଠାତ୍ରୀ ଦେବୀ ପ୍ରସିଦ୍ଧ ଭଦ୍ରକାଳୀ ପୀଠରେ ମହାଯଜ୍ଞ, ଗୀତାଯଜ୍ଞ ସହ ଦୀପାବଳୀଠାରୁ ୭ ଦିନ ବ୍ୟାପୀ କାଳୀପୂଜା ଅନୁଷ୍ଠିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri