ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିଭିରେ କରାଯାଇଅଛି ଏବଂ ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ୱେବ୍‌ ପୋର୍ଟାଲ ଜରିଆରେ, e-mail, WhatsApp ଓ SMS ମାଧ୍ୟମରେ ମତାମତ ସଂଗ୍ରହ କରିଥିଲେ । ବଜେଟ ସଂକ୍ରାନ୍ତୀୟ ସମସ୍ତ ଦସ୍ତାବିଜ ଏହି ପୋର୍ଟାଲରେ ଉପଲବ୍ଧ ।

ବର୍ତ୍ତମାନ, ୨୦୨୫-୨୬ ବର୍ଷ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ଵାନ କରିଛନ୍ତି, ଯାହାକି ୱେବ୍-ପୋର୍ଟାଲ https://budget.odisha.gov.in/ ରେ ଉପଲବ୍ଧ । ଏହି ପରାମର୍ଶ ଗୁଡିକ e-mail ଦ୍ବାରା odisha.budget@gov.in ଠିକଣାରେ ପଠାଇ ପାରିବେ । ସେହିପରି, ବଜେଟ୍ ସମ୍ୱନ୍ଧୀୟ ମତାମତ WhatsApp ମାଧ୍ଯମରେ (+91)9438161111 ମୋବାଇଲ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ X (@FdOdisha), Facebook (@Finance Odisha) Instagram (@fdodisha) ଦ୍ବାରା ମଧ୍ୟ ପଠାଇ ପାରିବେ । ଏହି ସୁବିଧା 31 ଜାନୁୟାରୀ, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ ।

ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧ୍ବାଚକ ସଂଘ ଓ ଅନ୍ୟାନ୍ୟ ହିତାଧୁକାରୀ ମାନଙ୍କୁ ଅନୁରୋଧ କରାଯାଉଅଛି ଯେ ଏହି ସ୍ବତନ୍ତ୍ର ବ୍ୟବସ୍ଥାକୁ ବ୍ୟବ‌ହାର କରି ରାଜ୍ୟ ସରକାରଙ୍କର ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?